କୋରାପୁଟ ୨୭-୦୪(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ମଙ୍ଗଳବାର ଦିନ ୨୭ଜଣ ମହିଳାଙ୍କ ସମେତ ୭୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି ।ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୧୬ ରେ ପହଂଚିଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୧,ଜୟପୁର ପୌରାଂଚଳରୁ ୧୭ ଏବଂ ସୁନାବେଡା ପୌରାଂଚଳରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ବ୍ଲକରୁ ୩,ବୋରିଗୁମ୍ମାରୁ ୬,ଦଶମନ୍ତପୁର ବ୍ଲକରୁ ୪,ଜୟପୁର ବ୍ଲକରୁ ୩ ଓ କୋରାପୁଟ ବ୍ଲକରୁ ୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।କୋଟପାଡ ବ୍ଲକରୁ ୪,କୁନ୍ଦୁରା ବ୍ଲକରୁ ୧, ଲକ୍ଷ୍ମୀପୁର ବ୍ଲକରୁ ୫,ନନ୍ଦପୁର ବ୍ଲକରୁ ୨ ଏବଂ ସେମିଲିଗୁଡା ବ୍ଲକରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଏପ୍ରିଲ ୨୬ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୮ ହଜାର ୮୮୨ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । କୋରାପୁଟ ଜିଲ୍ଲାରେ ବର୍ତମାନ ସୁଦ୍ଧା ମୋଟ ୮୬୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୮୦୨୬ଜଣ ସୁସ୍ଥ ହୋଇ ସାରିଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ଜିଲ୍ଲାରେ ବର୍ତମାନ ମାତ୍ର ୫୨୩ଟି ଏକ୍ଟିଭ କେସ ଥିବାବେଳେ ୧୭ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।