କୋରାପୁଟ ୧୨-୦୬ (ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ଜିଲ୍ଲାରେ ଶନିବାର ଦିନ ୨୯ଜଣ ମହିଳାଙ୍କ ସମେତ ୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୮୨୨ରେ ପହଂଚିଛି । ଆଜିର ଆକ୍ରାନ୍ତମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୧୪,ସୁନାବେଡା ପୌରାଂଚଳରୁ ୯ ଏବଂ କୋଟପାଡ ଏନଏସିରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବନ୍ଧୁଗାଁ ,ବୈପାରିଗୁଡା ଓ ଲମତାପୁଟ ବ୍ଲକରୁ ଶନିବାର କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବା ଜଣାପଡିଛି । ବୋରିଗୁମ୍ମା ବ୍ଲକରୁ ୧,ଦଶମନ୍ତପୁର ବ୍ଲକରୁ ୩,ଜୟପୁର ବ୍ଲକରୁ ୪ ଓ କୋରାପୁଟ ବ୍ଲକରୁ ୫ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୧୦,କୁନ୍ଦୁରା ବ୍ଲକରୁ ୫,ଲକ୍ଷ୍ମୀପୁର ବ୍ଲକରୁ ୩,ନନ୍ଦପୁର ବ୍ଲକରୁ ୧,ନାରାୟଣପାଟଣା ବ୍ଲକରୁ ୭,ପଟ୍ଟାଙ୍ଗୀ ବ୍ଲକରୁ ୧ ଏବଂ ସେମିଲିଗୁଡା ବ୍ଲକରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୧୧ ତାରିଖ ସୁଦ୍ଧା ୩ ଲକ୍ଷ ୯ ହଜାର ୮୬୦ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୧୧ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୫୨୦୧ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୫୭୭ଟି ସକ୍ରୀୟ କେସ ରହିଛି ଓ ୪୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।