Home କୋରାପୁଟ କୋରାପୁଟ ଜିଲ୍ଲାରେ ୯ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୯ଜଣ କରୋନା ପଜିଟିଭ ଚିହ୍ନଟ

25

କୋରାପୁଟ ୧୧-୦୪(ଓଡିଆ ପୁଅ /ରଂଜନ ଦାସ)  କୋରାପୁଟ ଜିଲ୍ଲାରେ  ରବିବାର ଦିନ ୨ଜଣ ମହିଳାଙ୍କ ସମେତ ୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆକ୍ରାନ୍ତ ମାନଙ୍କ ମଧ୍ୟରୁ ଜୟପୁର ପୌରାଂଚଳର ଭିଡ ିକଲେଜ କ୍ୟାମ୍ପସରୁ୨,ପାଣିନଳାସାହି,ଜୟନଗର, ନୂଆସହି ଓ ଲିଙ୍ଗରାଜ ନଗରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ସୁନାବେଡା  ପୌରଇଂଚଳ ହାଲ ଟାଉନସିପରୁ ଜଣେ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି ଜୟପୁର ବ୍ଲକ ଆମ୍ବାଗୁଡା ପଂଚାୟତର ମଜୁରମୁଣ୍ଡାରୁ  ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ  ଲକ୍ଷ୍ମୀପୁର ବ୍ଲକ ବୁର୍ଜା ଗ୍ରାମରୁ ଅନ୍ୟ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଏପ୍ରିଲ୍ ୧୦ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର ୧ଲକ୍ଷ ୮୦  ହଜାର ୩୭୨ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ପ୍ରକାଶ କରାଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.