Home କୋରାପୁଟ କୋରାପୁଟ ଜିଲ୍ଲାରେ ୯୪ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୯୪ଜଣ କରୋନା ପଜିଟିଭ ଚିହ୍ନଟ

12

କୋରାପୁଟ ୦୫-୦୫(ଓଡିଆ ପୁଅ/ରଂଜନ ଦାସ)) କୋରାପୁଟ ଜିଲ୍ଲାରେ  ବୁଧୁବାର ଦିନ ୩୩ଜଣ ମହିଳାଙ୍କ ସମେତ  ୯୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି ।ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ  ୫ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ  ଜୟପୁର ପୌରାଂଚଳରୁ ୧୩ ,ସୁନାବେଡା ପୌର ପରିଷଦରରୁ  ୧୨ ଏବଂ କୋଟପାଡ ଏନଏସିରୁ ୨ ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି   ବୈପାରିଗୁଡା ବ୍ଲକରୁ ୨,ବୋରିଗୁମ୍ମା ବ୍ଲକରୁ ୪,ଦଶମନ୍ତପୁର ବ୍ଲକରୁ ୩,ଜୟପୁର ବ୍ଲକରୁ ୭  ଓ କୋରାପୁଟ ବ୍ଲକରୁ ୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ  କୋଟପାଡ ବ୍ଲକରୁ ୧,ଲମତାପୁଟରୁ ୫,ଲକ୍ଷ୍ମୀପୁର ବ୍ଲକରୁ ୧୧,ନନ୍ଦପୁର ବ୍ଲକରୁ ୧୨,ପଟ୍ଟାଙ୍ଗା ବ୍ଲକରୁ ୧ ଏବଂ ସେମିଲିଗୁଡା  ବ୍ଲକରୁ  ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟପକ୍ଷରେ କୋରାପୁଟ ଜିଲ୍ଲାରେ  ଟୀକାକରଣ ବନ୍ଦ ଥିବାରୁ ମଇ ୫  ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର  ୨ ଲକ୍ଷ  ୩୫  ହଜାର ୩୫  ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି । ସେହିପରି ମଇ ୫ ସୁଦ୍ଧା ଜିଲ୍ଲାର ମୋଟ ୯୪୨୦  ଆକ୍ରାନ୍ତଙ୍କ ଭିତରୁ  ୮୪୭୧ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୯୨୮ଟି ଏକ୍ଟିଭ କେସ ରହିଛି ଓ  ୨୧ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲ।। ପ୍ରଶାସନ  ତରଫରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.