କୋରାପୁଟ ୦୫-୦୫(ଓଡିଆ ପୁଅ/ରଂଜନ ଦାସ)) କୋରାପୁଟ ଜିଲ୍ଲାରେ ବୁଧୁବାର ଦିନ ୩୩ଜଣ ମହିଳାଙ୍କ ସମେତ ୯୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି ।ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୫ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୧୩ ,ସୁନାବେଡା ପୌର ପରିଷଦରରୁ ୧୨ ଏବଂ କୋଟପାଡ ଏନଏସିରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବୈପାରିଗୁଡା ବ୍ଲକରୁ ୨,ବୋରିଗୁମ୍ମା ବ୍ଲକରୁ ୪,ଦଶମନ୍ତପୁର ବ୍ଲକରୁ ୩,ଜୟପୁର ବ୍ଲକରୁ ୭ ଓ କୋରାପୁଟ ବ୍ଲକରୁ ୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ କୋଟପାଡ ବ୍ଲକରୁ ୧,ଲମତାପୁଟରୁ ୫,ଲକ୍ଷ୍ମୀପୁର ବ୍ଲକରୁ ୧୧,ନନ୍ଦପୁର ବ୍ଲକରୁ ୧୨,ପଟ୍ଟାଙ୍ଗା ବ୍ଲକରୁ ୧ ଏବଂ ସେମିଲିଗୁଡା ବ୍ଲକରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟପକ୍ଷରେ କୋରାପୁଟ ଜିଲ୍ଲାରେ ଟୀକାକରଣ ବନ୍ଦ ଥିବାରୁ ମଇ ୫ ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ୨ ଲକ୍ଷ ୩୫ ହଜାର ୩୫ ଜଣଙ୍କୁ କରୋନା ଟୀକାକରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି । ସେହିପରି ମଇ ୫ ସୁଦ୍ଧା ଜିଲ୍ଲାର ମୋଟ ୯୪୨୦ ଆକ୍ରାନ୍ତଙ୍କ ଭିତରୁ ୮୪୭୧ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୯୨୮ଟି ଏକ୍ଟିଭ କେସ ରହିଛି ଓ ୨୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲ।। ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି ।