Home କୋରାପୁଟ କୋରାପୁଟ ଜିଲ୍ଲାରେ ୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ

39

କୋରାପୁଟ ୦୩-୦୬(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଗୁରୁବାର ଦିନ ୩୪ଜଣ ମହିଳାଙ୍କ ସମେତ  ୯୯ଜଣ  କରୋନା ଆକ୍ରାନ୍ତ ଚିହ୍ନଟ  ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା  ୧୫୫୨୯ରେ ପହଂଚିଛି ।  ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ  ପୌରାଂଚଳରୁ  ୧୨ ଜଣ ଚିହ୍ନଟ ହୋଇଥିବାବେଳେ ଜୟପୁର ପୌରାଂଚଳରୁ ୨୨ , ସୁନାବେଡା ପୌରାଂଚଳରୁ ୯ ଏବଂ କୋଟପାଡ ଏନଏସିରୁ  ୪ଜଣ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ବନ୍ଧୁଗାଁ ଏବଂ ପଟ୍ଟାଙ୍ଗୀ ବ୍ଲକରୁ ଗୁରୁବାର ଦିନ ଜଣେ ମଧ୍ୟ ସଂକ୍ରମିତ ଚିହ୍ନଟ ହୋଇ ନ ଥିବାବେଳେ ବୈପାରିଗୁଡା ବ୍ଲକରୁ ୧,ବୋରିଗୁମ୍ମା ବ୍ଲକରୁ ୨,ଦଶମନ୍ତପୁର ବ୍ଲକରୁ ୧,ଜୟପୁର ବ୍ଲକରୁ ୬  ଓ କୋରାପୁଟ ବ୍ଲକରୁ ୯ ଜଣ ଚିହ୍ନଟ ହୋଇଛନ୍ତି ।   କୋଟପାଡ ବ୍ଲକରୁ ୧,କୁନ୍ଦୁରା ବ୍ଲକରୁ ୧୭,ଲମତାପୁଟ ବ୍ଲକରୁ ୨,ଲକ୍ଷ୍ମୀପୁର ବ୍ଲକରୁ ୪, ନନ୍ଦପୁର ବ୍ଲକରୁ ୪,ନାରାୟଣପାଟଣା ବ୍ଲକରୁ  ୪  ଏବଂ  ସେମିଲିଗୁଡା  ବ୍ଲକରୁ   ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୨  ତାରିଖ ସୁଦ୍ଧା ୨ ଲକ୍ଷ  ୯୧  ହଜାର ୬୦୧  ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୨ ତାରିଖ ସୁଦ୍ଧା ଜିଲ୍ଲାରେ ମୋଟ   ଆକ୍ରାନ୍ତଙ୍କ ଭିତରୁ  ୧୩୩୧୦ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୨୧୭୭ଟି ସକ୍ରୀୟ କେସ ରହିଛି ଓ  ୪୨ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.