କୋରାପୁଟ ୩୦-୦୭(ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ଶୁକ୍ରବାର କୋରାପୁଟ ପୈାରାଂଚଳରେ କେବଳ ୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି ।କୋରାପୁଟ ପୈାରାଂଚଳର ଗୈାତମନଗର ଓ କୋରାପୁଟରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି ।ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୦୬ରେ ପହଂଚିଛି ।ଜୟପୁର ଓ ସୁନାବେଡା ପୌରାଂଚଳ ଏବଂ କୋଟପାଡ ଏନଏସି ଓ ବନ୍ଧୁଗାଁ,ବୈପାରିଗୁଡା,ବୋରିଗୁମ୍ମା,ଦଶମନ୍ତପୁର,ଜୟପୁର,କୋରାପୁଟ,କୋଟପାଡ,କୁନ୍ଦୁରା,ଲମତାପୁଟ,ଲକ୍ଷ୍ମୀପୁର,ନନ୍ଦପୁର, ନାରାୟଣପାଟଣା,ପଟ୍ଟାଙ୍ଗୀ ଏବଂ ସେମିଲିଗୁଡା ବ୍ଲକରେ ଜଣେ ହେଲେ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁଲାଇ ୨୯ ତାରିଖ ସୁଦ୍ଧା ୫ ଲକ୍ଷ ୧୪ ହଜାର ୭୮୯ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଆଜି ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୮୫୭୭ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୫୭ ଟି ସକ୍ରୀୟ କେସ ରହିଛି । ଆଜି ଜିଲ୍ଲାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ମୋଟ ମୁତ୍ୟୁ ସଂଖ୍ୟା ୭୨ରେ ପହଂଚିଛି ।