Home ଓଡ଼ିଶା କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ କରୋନା ସନ୍ଦିଗ୍ଧ

କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ କରୋନା ସନ୍ଦିଗ୍ଧ

64

ଭୁବନେଶ୍ୱର୧୩ା୩(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ତାମିଲନଡୁରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ନୟାଗଡ ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭତ୍ତି କରାଯାଇଛି । ତାମିଲନଡୁରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି ଜଣକ ଗତ ସପ୍ତାହରେ ନିଜ ଗାଁ ଫେରିଥିଲେ । ଗାଁକୁ ଫେରିବାର କିଛି ଦିନ ପରେ ତାଙ୍କୁ ଥଣ୍ଡା ଓ କାଶ ଲାଗି ରହିଥିଲା। ଏଥିପାଇଁ ସେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଇଥିଲେ। ସେଠାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ରେଫର କରି ଦିଆଯାଇଥିଲା। ଗତ ସନ୍ଧ୍ୟାରେ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିବା ପରେ ତାଙ୍କୁ ଆଇସୋଲେସନ ୱାର୍ଡରେ ଭର୍ତ୍ତି କରାଯାଇଛି। ତାଙ୍କର ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯିବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.