Home ଓଡ଼ିଶା ଖର୍ଚ୍ଚ ନହୋଇ ପଡିରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଅର୍ଥ : ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ...

ଖର୍ଚ୍ଚ ନହୋଇ ପଡିରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଅର୍ଥ : ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ଧର୍ମେନ୍ଦ୍ର ପ୍ରଧାନ

183

– ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ପୃଥକ ପୃଥକ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
– ମୋଟ ୩୭୬ କୋଟିରୁ ମାତ୍ର ୨୨.୨୩ କୋଟି ଖର୍ଚ୍ଚ, ସେଥିରୁ କନ୍ସଲ୍ଟାନ୍ସି ଓ ଦରମା ବାବଦରେ ୧୬.୩୭ କୋଟି

ନୂଆଦିଲ୍ଲୀ/ଭୁବନେଶ୍ୱର, ସେପ୍ଟେମ୍ବର ୨୬ (ଓଡ଼ିଆ ପୁଅ) – ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପରେ ମଞ୍ଜୁର ହୋଇଥିବା ଗଚ୍ଛିତ ଅର୍ଥ ସହରର ବିକାଶ କାର୍ଯ୍ୟରେ ଖର୍ଚ୍ଚ ନହୋଇ ପଡି ରହିବା ନେଇ ଗଭୀର ଚିନ୍ତାବ୍ୟକ୍ତ କରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସହରାଂଚଳ ବିକାଶ ଏବଂ ଗୃହ ନିର୍ମାଣ ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ପୃଥକ ପୃଥକ ପତ୍ର ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି କାମ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସହରାଂଚଳ ବିକାଶ ମନ୍ତ୍ରୀଙ୍କ ବକ୍ତିଗତ ହସ୍ତକ୍ଷେପ ଦାବି କରିଛନ୍ତି ଶ୍ରୀ ପ୍ରଧାନ।

ଶ୍ରୀ ପ୍ରଧାନ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ସୂଚନା ଅଧିକାର ନିୟମରେ ମିଳିଥିବା ତଥ୍ୟ ଅନୁସାରେ କେନ୍ଦ୍ର ଓ ରାଜ୍ୟ ସରକାର ୨୦୧୫-୧୬ରୁ ୨୦୧୭-୧୮ ଆର୍ଥିକ ବର୍ଷରେ ରାଉରକେଲାର ବିକାଶ ପାଇଁ ୩୭୬ କୋଟି ଟଙ୍କା ଅନୁଦାନ ଦେଇଛନ୍ତିା ମାତ୍ର ଏହି ମୋଟ ଅର୍ଥରୁ ୨୨.୨୩ କୋଟି ଟଙ୍କା ଖର୍ଚ୍ଚ ହୋଇପାରିଛି। ଏହି ଅର୍ଥରୁ କନସଲଟାନ୍ସି ଓ ଦରମା ବାବଦରେ ୧୬.୩୭ କୋଟି ଟଙ୍କା ବ୍ୟୟ ହୋଇଥିବା ସୂଚନା ଅଧିକାରରେ ମିଳିଥିବା ତଥ୍ୟରେ ଉଲ୍ଲେଖ ଥିବା ଦର୍ଶାଇ ଶ୍ରୀ ପ୍ରଧାନ ଗଭୀର ଚିନ୍ତାବ୍ୟକ୍ତ କରିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ପ୍ରଚୁର ଅର୍ଥ ବ୍ୟୟବରାଦ କରାଯାଇଥିବା ବେଳେ ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପର ଉଦ୍ଦିଷ୍ଟ ଅର୍ଥକୁ ଖର୍ଚ୍ଚ ନକରିବା ମାମଲା ଚିନ୍ତାର ବିଷୟ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.