Home Coronavirus Outbreak ଖୋଦ୍ଧା -କଟକ ଜିଲ୍ଲା କୋଭିଡ ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ଡାକ୍ତରଙ୍କ ଅବସର ବୟସ...

ଖୋଦ୍ଧା -କଟକ ଜିଲ୍ଲା କୋଭିଡ ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ଡାକ୍ତରଙ୍କ ଅବସର ବୟସ ୬୨ ରୁ ୬୫ କୁ ବୃଦ୍ଧି – ଦୁଇ ଜିଲ୍ଲାକୁ ୩୦ କୋଟି ମଞ୍ଜୁର

113

ଭୁବନେଶ୍ବର-କଟକ କୋଭିଡ ପରିସ୍ଥିତି ନିୟନ୍ତ୍ରଣାଧୀନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଜିଲ୍ଲାକୁ ୩୦ କୋଟି ମଞ୍ଜୁର ଦୁଇ ସହରର ବସ୍ତି ଉପରେ ଅଧିକ ଫୋକସ

ଭୁବନେଶ୍ୱର ୨୧-୭ (ଓଡ଼ିଆ ପୁଅ) ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ରାଜ୍ୟ ବାହାରୁ ଏକ ଲକ୍ଷରୁ ଅଧିକ ପ୍ରବାସୀ ଆସିଥିଲେ ମଧ୍ୟ ଖୋଦ୍ଧା (ଭୁବନେଶ୍ୱର) ଓ କଟକ ଜିଲ୍ଲାରେ କୋଭିଡ ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି। ଖୋର୍ଦ୍ଧା ଜିଲ୍ଲାରେ ସୁସ୍ଥତା ହାର ୭୦ ପ୍ରତିଶତ ଥିବାବେଳେ କଟକ ଜିଲ୍ଲାରେ ଏହା ୭୧ ପ୍ରତିଶତ ରହିଛି, ଯାହାକି ଜାତୀୟ ହାର ୬୩ ପ୍ରତିଶତରୁ ଅଧିକ ଅଟେ। ଏଥିପାଇଁ ଆଜି ଦୁଇ ଜିଲ୍ଲାର କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଖୋଦ୍ଧା ଓ କଟକ ଜିଲ୍ଲାର କୋଭିଡ ପରିଚାଳନା ଟିମ୍‌କୁ ଧନ୍ୟବାଦ ଜଣାଇଥିଲେ। ଏହାସହିତ କୋଡ ପରିଚାଳନାକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦୁଇ ଜିଲ୍ଲା ପାଇଁ ୧୫ କୋଟି ଲେଖାଏଁ ସମୁଦାୟ ୩୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି। ଏହା ସହିତ, ନୂଆ କୋଭିଡ ଡାକ୍ତରଖାନା ଓ କୋଭିଡ କେୟାର ହୋମ୍ ପରିଚାଳନା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ୨୦ କୋଟି ୬୪ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରିଛନ୍ତି।

କୋଭିଡ ପରିସ୍ଥିତିରେ ଡାକ୍ତରମାନଙ୍କ ଗୁରୁ ଦାୟିତ୍ବ ରହିଛି। ଏହାକୁ ଦୃଷ୍ଟିରେ ରଖି
– OHMS କ୍ୟାଡରର ଡାକ୍ତର ମାନଙ୍କ ଅବସର ବୟସକୁ ୬୨ ରୁ ୬୫ ବର୍ଷକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଘୋଷଣା କରିଥିଲେ। ଏହାସହିତ।abour & ESI ବିଭାଗରେ କାମ କରୁଥିବା Insurance Medical Officer ମାନଙ୍କ ପାଇଁ ମଧ୍ୟ ଏହା ଲାଗୁ ହେବ।

ଏହି ଅବସରରେ କୋଭିଡ -୧୯ ବିରୁଦ୍ଧରେ ଚାଲିଥିବା ଯୁଦ୍ଧରେ ସାମିଲ ହୋଇ ନୂଆ କୋଭିଡ କେୟାର ହୋମ୍ ଓ କୋଭିଡ କେୟାର ସେଣ୍ଟର ସ୍ଥାପନ ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅନୁଷ୍ଠାନ ଓ କର୍ପୋରେଟ୍ ସେକ୍ଟର ମାନଙ୍କୁ ଆହ୍ବାନ ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ ସ୍ବଳ୍ପ ଓ ମଧ୍ୟମ ଲକ୍ଷଣ ଥିବା କରୋନା ରୋଗୀଙ୍କ ଚିକିତ୍ସା ପାଇଁ କୋଭିଡ କେୟାର ସେଣ୍ଟର ଓ କୋଭିଡ କେୟାର ହୋମ ପରିକଳ୍ପନା କରାଯାଇଛି।

କରୋନା ଯୁଦ୍ଧରେ ଆଗ ଧାଡିରେ ଥିବା କୋଭିଡ ଯୋଦ୍ଧାମାନଙ୍କର ଉପଯୁକ୍ତ ଯତ୍ନ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାସହିତ କଟକ SCBକୁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ପ୍ରତିଦନ ହଜାର ହଜାର ଲୋକ ଆସୁଥିବାରୁ ଏଥିପ୍ରତି ବିଶେଷ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ଗୃହୀତ ନିଷ୍ପତ୍ତି ଅନୁଯାୟୀ –

– ଭୁବନେଶ୍ବରରେ ଆଦିତ୍ୟ-ଅଶ୍ବନୀ ଡାକ୍ତରଖାନା ପକ୍ଷରୁ ୩୦ଟି ICU ସହିତ ୧୫୦ ଶଯ୍ୟା ବିଶିଷ୍ଟ Dedicated Covid Hospital ପ୍ରତିଷ୍ଠା କରାଯିବ।
– ନୀଳାଚଳ ଡାକ୍ତରଖାନାରେ ୧୫ଟି ICU ସହିତ ୧୨୬ ଶଯ୍ୟା ବିଶିଷ୍ଟ Dedicated Covid Hospital ଚଳିତ ସପ୍ତାହରେ କାର୍ଯ୍ୟ ଆରମ୍ଭ କରିବ।
– ଭୁବନେଶ୍ବରର ତିନି ବିଧାୟକଙ୍କ ସକ୍ରିୟ ସହଯୋଗ ଏବଂ ଭୁବନେଶ୍ବରର ବିଭିନ୍ନ ଧାର୍ମିକ, ସାମାଜିକ ଅନୁଷ୍ଠାନ, NGO ଓ ଆବାସିକ କଲ୍ୟାଣ ସଂସ୍ଥା ଗୁଡିକ ଦ୍ଵାରା ଭୁବନେଶ୍ବରରେ ୧୩୮୫ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ହୋମ୍ ଖୁବ ଶୀଘ୍ର ସ୍ଥାପନ ହେବାକୁ ଯାଉଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ଅନ୍ୟ ସଂଗଠନମାନଙ୍କୁ ମଧ୍ୟ ଆଗେଇ ଆସିବା ପାଇଁ ଏହା ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।
– ଭୁବନେଶ୍ବରର ବସ୍ତି ମାନଙ୍କରେ କୋଭିଡ ସଂକ୍ରମଣ ରୋକିବା ଉପରେ ଫୋକସ୍ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବସ୍ତି କମିଟି ଗୁଡିକ ଏ ଦିଗରେ ଭଲ କାମ କରୁଥିବାକୁ BMC ପକ୍ଷରୁ ସେମାନଙ୍କୁ ପ୍ରୋତ୍ସାହିତ କରାଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
– କଟକ ଜିଲ୍ଲାରେ କୋଭିଡ ନିୟନ୍ତ୍ରଣ ପାଇଁ ସ୍ଵାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ କରାଯାଇଛି। ୯୨୫ ଅତିରିକ୍ତ ଶଯ୍ୟା ବିଶିଷ୍ଟ କୋଭିଡ ହସ୍‌ପିଟାଲ, କେଭିଡ କେୟାର ସେଣ୍ଟର କଟକ ଜିଲ୍ଲାରେ କାର୍ଯ୍ୟ କରୁଛି।
– ପୂଜା କମିଟି ଓ ସାହି କମିଟିର ସହଯୋଗରେ କଟକର ସାହି ବସ୍ତି ମାନଙ୍କ ଉପରେ ସ୍ଵତନ୍ତ୍ର ଧ୍ୟାନ ଦିଆଯିବା ଉପରେ ଗୁରୁତ୍ତ୍ୱ।
– କଟକ SCBରେ କୋଭିଡ -୧୯ ସଂପର୍କରେ ତାଲିମ ଓ ସୂଚନା ଦେବା ପାଇଁ ସୂଚନା କେନ୍ଦ୍ର ଖୁବ୍ ଶୀଘ୍ର କାର୍ଯ୍ୟ କରିବ। କଟକସ୍ଥିତ Molecular Genome Labର up-gradation କରାଯିବ। ଏହାଦ୍ୱାରା କୋଭିଡ -୧୯ ରୋଗୀ ମାନଙ୍କୁ ଫଳପ୍ରଦ ଚିକିତ୍ସା ଯୋଗାଇ ଦିଆଯାଇପାରିବ।

ଆଲୋଚନାରେ ଅଂଶଗ୍ରହଣ କରି ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ Surveillance, Home Isolation ଆଦି ଉପରେ ଜୋର ଦେବା ସହ ଗୁଟ୍କାର ବ୍ୟବହାର କଡାକଡି ଭାବରେ ନିଷିଦ୍ଧ କରିବା ପାଇଁ ପରାମର୍ଶ ଦେଇଥିଲେ। ନଗର ଉନ୍ନୟନ, ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କୋଭିଡ ଚିକିତ୍ସା ପାଇଁ Exclusive Covid Hospital, ଅଧିକ ଶଯ୍ୟା ଓ ICU ଉପରେ ଗୁରୁତ୍ବ ଦେଇଥିଲେ। ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା କୋଭିଡ ସଚେତନତା ଅଭିଯାନରେ ଥିବା ବ୍ୟକ୍ତିମାନଙ୍କ Insurance Coverage ଗୁରୁତ୍ବ ଆରୋପ କରିଥିଲେ।

ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ ପ୍ଲାଜ୍ମା ଥେରାପି ସଂପର୍କରେ ଜନସଚେତନତା ସୃଷ୍ଟି କରିବା ଏବଂ ଏଥିପାଇଁ ଏକ protocolର ବିକାଶ କରିବା ପାଇଁ ପରାମର୍ଶ ଦେଇଥିଲେ।

ଗଞ୍ଜାମ ଜିଲ୍ଲାରେ ଆଜି ୩ ଜଣ ଗୁରୁତର କୋଭିଡ ରୋଗୀଙ୍କୁ ପ୍ଲାଜ୍‌ମା ଥେରାପି ଦିଆଯିବା ବିଷୟରେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୂଚନା ଦେଇଥିଲେ। ରାଜ୍ୟର ସବୁ ଜିଲ୍ଲାରେ ସୁସ୍ଥ ହୋଇଥିବା କୋଭିଡ ରୋଗୀଙ୍କ ମାନସିକ ସ୍ଵାସ୍ଥ୍ୟର ଯତ୍ନ ପାଇଁ ମାନସିକ ରୋଗ ଚିକିତ୍ସକଙ୍କୁ ନିୟୋଜିତ କରାଯିବ ବୋଲି ସେ କହିଥିଲେ।

କଟକ SCBରେ Outdoor Patient ମାନଙ୍କ ସୁବିଧା ପାଇଁ ଅଧିକ ଅସ୍ଥାୟୀ OPD ଖୋଲିବା ପାଇଁ ନିଷ୍ପତ୍ତି ହୋଇଥିଲା।। ଖୋର୍ଦ୍ଧା ଓ କଟକ ଜିଲ୍ଲା ପାଇଁ ଥିବା ପର୍ଯ୍ୟବେକ୍ଷକମାନେ ଏବଂ ଜିଲ୍ଲାପାଳ ଦ୍ୱୟ ସେମାନଙ୍କ ଜିଲ୍ଲାର କୋଭିଡ ପରିଚାଳନା ସଂପର୍କରେ ବିସ୍ତୃତ ତଥ୍ୟ ଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.