Odiapua.com

ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଏବଂ ଆଖପାଖ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଇଛି : ପାଣିପାଗ କେନ୍ଦ୍ର

ଭୁବନେଶ୍ୱର ୨୭ ଜୁଲାଇ (ଓଡ଼ିଆ ପୁଅ) ଗତକାଲିର ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଏବଂ ଆଖପାଖ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଇଛି। ଏ ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର, ଭୁବନେଶ୍ୱର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଏହି ୫ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏତଦ୍ ବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ବୌଦ୍ଦ, ସୋନପୁର ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ଏହା ବ୍ୟତୀତ ଉତ୍ତର ଓଡ଼ିଶା ଏବଂ ଦକ୍ଷୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟି ଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନାଥିବା ଆକଳନ କରିଛି ପାଣିପାଗ ବିଭାଗ।