Odiapua.com

ଗାନ୍ଧିଜୀଙ୍କ ତୀରୋଧାନ ଦିବସରେ ଜିଲ୍ଲା ପ୍ରଶାସନର ମାଲ୍ୟାର୍ପଣ

ଭଦ୍ରକ, ୩୦ା୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୭୪ତମ ମହାତୀରୋଧାନ ଦିବସ ଅବସରରେ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଐତିହାସିକ ଗାନ୍ଧୀ ପଡ଼ିଆ ସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଜିଲ୍ଲାପାଳ ଡ. ଜ୍ଞାନ ଦାସ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅରୁଣ କୁମାର ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଇନ୍ଦ୍ରମଣି ନାୟକ, ଉପଜିଲ୍ଲାପାଳ ପୀତାମ୍ବର ସାମଲ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୋଲଖ ଚନ୍ଦ୍ର ବେହେରା ପ୍ରମୁଖ ପୂର୍ବାହ୍ଣରେ ଗାନ୍ଧୀପଡ଼ିଆରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ନିବେଦନ କରିଥିଲେ। ପରେ ମହତାବ କୋଠୀ, ଜିଲ୍ଲାସ୍କୁଲ ପରିସରରେ ଥିବା ଗାନ୍ଧୀ ମୂର୍ତ୍ତିରେ ମଧ୍ୟ ମାଲ୍ୟାର୍ପଣ କରିଥିଲେ।