ଭଦ୍ରକ, ୧୩ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲା ତିହିଡି଼ ବ୍ଲକ ଜାମଯୋଡ଼ି ପଂଚାୟତ ଅଧୀନ ନୂଆସାହି ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ମନ୍ମଥ ଦାସଙ୍କ ଗୁହାଳରେ ଅଗ୍ନିକାଣ୍ଡ ଘଟିଛି । ଫଳରେ ଗୋଟିଏ ଗାଈ ନିଆଁରେ ପୋଡ଼ିହୋଇ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଅନ୍ୟ ୨ଟି ଗାଈ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ଗଦିରୁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଥିଲେ । ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ଡା. ନିରାକାର ଜେନା ଆହତ ଗାଈ ୨ଟିକୁ ଚିକିତ୍ସା କରୁଥିବା ଜଣାଯାଇଛି । ସମିତିସଭ୍ୟ ଅଜୟ କୁମାର ରାଉତ ଘଟଣାସ୍ଥଳରେ ପହଂଚି ପରିସ୍ଥିତି ଦେଖିବା ସହ ମନ୍ମଥଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି କରିଛନ୍ତି ।