ଭଦ୍ରକ, ୨ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଏହି ଜିଲାର ବନ୍ତ ବ୍ଲକ ଅନ୍ତର୍ଗତ ଗଣିଜାଙ୍ଗ ଗ୍ରାମ ପଂଚାୟତ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ସପ୍ତାହ ଉତ୍ସାହର ସହ ପାଳନ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ଭୂୟାଁ ଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ଶୋଭାରାଣୀ ଦାସ, ନିବେଦିତା ଘଡାଇ, ଅଞ୍ଜୁଶ୍ରୀ ଜେନା, ବିଶ୍ୱନାଥ ନାୟକ ସମେତ ଛାତ୍ରୀମାନେ ଏବଂ ସ୍ଥାନୀୟ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇ ବୃକ୍ଷରୋପଣ କରିଥିଲେ।ଏହି ଅବସରରେ ପରିବେଶ ସୁରକ୍ଷା, ବୃକ୍ଷରୋପଣର ଆବଶ୍ୟକତା ଏବଂ ସବୁଜ ପରିବେଶ ଗଠନରେ ଯୁବପିଢ଼ିର ଭୂମିକା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥିଲା। ବକ୍ତାମାନେ କହିଥିଲେ ଯେ, ଗଛ କେବଳ ପରିବେଶର ସନ୍ତୁଳନ ରକ୍ଷା କରେ ନାହିଁ, ବରଂ ମାନବ ଜୀବନ ପାଇଁ ଅମ୍ଳଜାନ, ଖାଦ୍ୟ ଓ ଔଷଧର ମଧ୍ୟ ଏକ ପ୍ରମୁଖ ଉତ୍ସ।କାର୍ଯ୍ୟକ୍ରମ ଶେଷରେ ସମସ୍ତ ଛାତ୍ରୀ ରୋପଣ କରାଯାଇଥିବା ଚାରାଗୁଡ଼ିକର ନିୟମିତ ଯତ୍ନ ନେବା ସହ ପରିବେଶ ସୁରକ୍ଷା ପାଇଁ ସଚେତନ ରହିବାକୁ ଶପଥ ଗ୍ରହଣ କରିଥିଲେ । କାର୍ଯ୍ୟକ୍ରମରେ ଯମୁନା ମୁଖି, ମନୋରମ ଦାସ, ଏକାଦଶୀ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।








