Home ଜିଲ୍ଲା ପରିକ୍ରମା ଗଡ଼ିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ

ଗଡ଼ିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ

34

ଭଦ୍ରକ, ୯ା୬ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଜିଲ୍ଲା ଶ୍ରମ ବିଭାଗ ସଂଯୋଜନାରେ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ପରିକ୍ରମାର ଶୁଭାରମ୍ଭ କରାଯାଇଛି । ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଶାନ୍ତନୁ କୁମାର ମହାନ୍ତି ପତାକା ପ୍ରଦର୍ଶନ ପୂର୍ବକ ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ । ଶିଶୁ ଶ୍ରମିକ ନିରାକରଣ ନେଇ ପ୍ରଗୀତ ବିଭିନ୍ନ ଆଇନ୍ ଓ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ବନ୍ଧରେ ଜନସାଧାରଣଙ୍କୁ ସଚେତନ କରାଯିବା ଉଦ୍ଦେଶ୍ୟରେ ରଥରେ ସୁଦୃଶ୍ୟ ବ୍ୟାନର ଜରିଆରେ ପ୍ରଦର୍ଶନ କରାଯିବା ସହ ଡାକବାଜି ଯନ୍ତ୍ର ଦ୍ୱାରା ରଥ ଜରିଆରେ ପ୍ରଚାର ବ୍ୟବସ୍ଥା ମଧ୍ୟ କରାଯାଇଅଛି । ହୋଟେଲ ମାଲିକ, ଠିକାଦାର, ଦୋକାନୀ, କାରଖାନା, ଶିଳ୍ପ, କୌଣସି ଘର ମାଲିକ ଏପରିକି ଯେକୌଣସି ଲୋକ ଯେମିତି ଶିଶୁ ଶ୍ରମିକ ମାନଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ ନ କରନ୍ତି ସେ ବିଷୟରେ ଏହି ରଥ ପରିକ୍ରମା ଜରିଆରେ ବାର୍ତ୍ତା ପ୍ରଦାନ କରାଯାଇଛି ।

ଶିଶୁ ଶ୍ରମିକ ଉଚ୍ଛେଦ ନୀତିର ଉଲଙ୍ଘନ କଲେ ଦୋଷୀଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ସମ୍ବନ୍ଧରେ ମଧ୍ୟ ଅବଗତ କରାଯାଇଛି । ୧୪ ବର୍ଷରୁ କମ୍ ପିଲାଙ୍କୁ କାମରେ ଲଗାଇବା, ୧୫ ରୁ ୧୮ ବର୍ଷ କିଶୋର ମାନଙ୍କୁ ବିପଦ ସଙ୍କୁଳ ବୃତ୍ତି କାର୍ଯ୍ୟରେ ନିଯୁକ୍ତ କରିବା ଘଟଣା ଦୃଷ୍ଟି ଗୋଚର ହେଲେ ତୁରନ୍ତ ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କିମ୍ବା ଜିଲ୍ଲାପାଳଙ୍କୁ ଅବଗତ କରି ପାରିବେ କିମ୍ବା ନିଶୁକ୍ଳ ଶ୍ରମିକ ସହାୟତା ହେଲ୍ପ ଲାଇନ୍ ନମ୍ବର ୧୫୫୩୬୮ ଏବଂ ଚାଇଲ୍‌ଡ଼ ଲାଇନ୍ ନମ୍ବର ୧୦୯୮ ସହିତ ଯୋଗାଯୋଗ କରିବା ପାଇଁ କୁହାଯାଇଛି । ବିଭିନ୍ନ ସମୟରେ ପ୍ରଶାସନ ତରଫରୁ ଧରପଗଡ଼ କରାଯାଇ ମଧ୍ୟ ଶିଶୁ ଶ୍ରମିକ ମାନଙ୍କୁ ଉଦ୍ଧାର କରାଯାଇ ସେମାନଙ୍କ ଥଇଥାନ ବ୍ୟବସ୍ଥା ସହ ପାଠପଢ଼ା ଓ ଅନ୍ୟାନ୍ୟ ଦାୟିତ୍ୱ ସରକାରଙ୍କ ତରଫରୁ ବହନ କରାଯାଉଛି । ଜିଲ୍ଲା ଶ୍ରମ ଅଧିକାରୀ ସଚ୍ଚିଦାନନ୍ଦ ଜେନାଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସହକାରୀ ଶ୍ରମ ଅଧିକାରୀ ରତ୍ନାକର ମଲ୍ଲିକ୍ ଏବଂ ପ୍ରେମ ମଞ୍ଚରୀ ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅବିନାଶ ମହାନ୍ତି, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଚାଇଲଡ଼୍ ଲାଇନ୍ ଆସିଆନାର ସଂଯୋଜକ ରିଆଜ ଅହମ୍ମଦ, ବାଲ୍ୟ ବିବାହ ନିଷେଧ ଜିଲ୍ଲା ସଂଯୋଜକ ଅସିମ୍ ଅମିତାଭ ଦାସ, କର୍ମଚାରୀ ସୁବ୍ରତ ଦାସ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.