Home Top News ଘୁର୍ନିବଳୟ ପ୍ରଭାବରେ ବଙ୍ଗୋପସାଗରେ ଲଘୁଚାପକ୍ଷେତ୍ର ସୃଷ୍ଟି – ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଘୁର୍ନିବଳୟ ପ୍ରଭାବରେ ବଙ୍ଗୋପସାଗରେ ଲଘୁଚାପକ୍ଷେତ୍ର ସୃଷ୍ଟି – ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

156

ଭୁବନେଶ୍ୱର ୨୮ ଅଗଷ୍ଟ (ଓଡ଼ିଆ ପୁଅ) ଗତକାଲିର ଉତ୍ତର ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ଘୁର୍ନିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ତତ-ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ଗୋଟିଏ ଲଘୁଚାପକ୍ଷେତ୍ର ସୃଷ୍ଟି ହୋଇଛି ଏବଂ ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲ୍ଲା ତଥା ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ |

ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ –

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏତଦ୍ ବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଏବଂ ବୌଦ୍ଧ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଥିବାର ପାଣିପାଗ କେନ୍ଦ୍ର କହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.