ଭଦ୍ରକ, ୧୦ା୧୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ପଲ୍ଲୀ ସାହିତ୍ୟର ବିକାଶ ହେଲେ ଗ୍ରାମାଂଚଳର ବିକାଶ ହେବ। ଗ୍ରାମାଂଚଳର ବିକାଶ ହେଲେ ଜିଲ୍ଲାର ବିକାଶ ହେବ। ପଲ୍ଲୀ ସାହିତ୍ୟର ଜୀବନ ହେଉଛି ବାସ୍ତବ ଜୀବନ। ଭଦ୍ରକର ବିକାଶ ଦିଗରେ ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ଆମେ ସମସ୍ତେ ପଲ୍ଲୀ ସାହିତ୍ୟକୁ ଆପଣେଇବା ଉଚିତ୍। ଯାହାକୁ ପ୍ରାଧାନ୍ୟ ଦେଇଥଲେ ସ୍ୱର୍ଗତ ବିଷ୍ଣୁ ସେଠୀ।ବିଷ୍ଣୁ ସେଠୀଙ୍କ ଚିନ୍ତା ଚେତନା ସଦା ବାରି ହୋଇ ପଡ଼େ। ପୂର୍ବତନ କୃଷି ଅଧିକାରୀ ପ୍ରଖ୍ୟାତ କୃଷିକବି ଇଂ ଅରୁଣ କୁମାର ପାତ୍ର ମୁଖ୍ୟ ବକ୍ତା ଭାବେ ଯୋଗଦେଇ ଆମ ସମାଜକୁ ପଲ୍ଲୀ ସାହିତ୍ୟର ଆବଶ୍ୟକତା ସମ୍ପର୍କରେ ପଲ୍ଲୀ କବିଙ୍କ ଉଦାହରଣ ଦେଇ ଭବାତ୍ମକ ବକ୍ତବ୍ୟ ରଖିଥିଲେ। ଏହି ସାଂସ୍କୃତିକ ସଭାରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଶିଷ୍ଟ ସମାଜସେବୀ କଳ୍ପନା ଜେନା , ଦାମୋଦର ସଂସ୍କୃତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ନିତ୍ୟାନନ୍ଦ ମିଶ୍ର, ମାଆ ଜଗଦ୍ଧାତ୍ରୀ ବିଶ୍ୱ ସଂସ୍କୃତି ସୁରକ୍ଷା ସଂସ୍ଥାନର ପ୍ରତିଷ୍ଠାତା ପଣ୍ଡିତ ସଞ୍ଜୟ ପାଢ଼ୀ ଶର୍ମା ପ୍ରମୁଖ ଯୋଗଦେଇ ବର୍ତମାନ ସମୟରେ ପଲ୍ଲୀ ସାହିତ୍ୟର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିବା ସହିତ ଭଦ୍ରକ ଜିଲ୍ଲା ମହୋତ୍ସବର ଲକ୍ଷ ଓ ଉଦେଶ୍ୟ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ” କବି ବିଷ୍ଣୁ ସେଠୀ ମଂଚ’ର ” ପଲ୍ଲୀ ସାହିତ୍ୟରେ ଜୀବନ “ଶୀର୍ଷକ ଆଲୋଚନା ଚକ୍ରରେ ସଭାପତି ପଣ୍ଡିତ ଦୈତ୍ୟାରି ମହାପାତ୍ର ସଭାପତିତ୍ୱ କରିଥିବାବେଳେ କାର୍ଯକାରୀ ସଭାପତି ଦୁର୍ଗା ଶଙ୍କର ବିଶ୍ୱାଳ ସ୍ୱାଗତ ଭାଷଣ ରଖିଥିବାବେଳେ ସମ୍ପାଦକ ସତ୍ୟଭୂଷଣ ସ୍ୱାମୀ ସମ୍ପାଦକୀୟ ବିବରଣୀ ଉପସ୍ଥାପନ କରିଥିଲେ। ପଣ୍ଡିତ ସଞ୍ଜୟ ପାଢ଼ୀଶର୍ମା ବେଦ ପାଠ କରିଥିଲେ। ଏହି ଅବସରରେ ଅଥିତିମାନଙ୍କୁ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ପରେ ଅତିଥି ମାନଙ୍କ ଦ୍ୱାରା ମୟୂର ଏକାଡେମୀର କୁନି କୁନି ପିଲାମାନଙ୍କୁ ପ୍ରମାଣପତ୍ର ସହ ସମ୍ମାନିତ କରାଯାଇଥିଲା। ସଭାରମ୍ଭରେ କୁନି କୁନି କଳିକା ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ। ରଶ୍ମିତା ଦାଶ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଆଦର୍ଶ ଶିକ୍ଷକ ଅରୁଣ କୁମାର ମଲ୍ଲିକ ମାତୃ ବନ୍ଦନା ଗାନ କରିଥିଲେ ଏବଂ ଶେଷରେ ପ୍ରଶାନ୍ତ କୁମାର ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।ଆଜିର ସନ୍ଧ୍ୟାରେ ମୟୂର ଏକାଡେମୀର କଳାକାରଙ୍କ ନୃତ୍ୟ ପରିବେଷଣ ଓ ଓଡ଼ିଶା ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଓ ଭଦ୍ରକ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆୟୋଜିତ ପାଲା, ଦାସକାଠିଆ ଏବଂ ନୃତ୍ୟ ବେଶ୍ ଚିତାକର୍ଷକ ଥିଲା। ଗୀତ ସଙ୍ଗୀତର ନିର୍ଦ୍ଦେଶକ କୁମାର ଗୌତମ ଓ ସାଥୀଙ୍କ ସଙ୍ଗୀତ ନୃତ୍ୟରେ ଦର୍ଶକମାନେ ବିମୋହିତ ହୋଇ ମନଭରି ଉପଭୋଗ କରିଥିଲେ। କମିଟିର ଉପ ସଭାପତି ପ୍ରମୋଦ ରାୟ,ଆବାହକ ଶଶି ଭୂଷଣ ସ୍ୱାମୀ, ସାଂସ୍କୃତିକ ସମ୍ପାଦକ ରଶ୍ମିତା ଦାଶ, ସଂଗଠନ ସମ୍ପାଦକ ରମେଶ ଚନ୍ଦ୍ର ସ୍ୱାଇଁ, ମୁଖ୍ୟ ସଂଯୋଜକ ରାଜଲକ୍ଷ୍ମୀ ମହାପାତ୍ର, ଉପ ସଭାନେତ୍ରୀ କଳ୍ପନା ଜେନା, ଯୁଗ୍ମ ସମ୍ପାଦକ ଅରୁଣ କୁମାର ମଲ୍ଲିକ,ପ୍ରଶାନ୍ତ କୁମାର ତ୍ରିପାଠୀ, ମନସ୍ମିତା ଦାସ, ଶଶିକଳା ମିଶ୍ର , ଦୀପାଲୀ ନାୟକ, ସୁମିତ୍ରା ପାଣି , ଗୋସ୍ୱାମୀ ଅରୂପ ଦାସ, ସୁନିଲ ଦତ ପ୍ରମୁଖଙ୍କ ସଂଯୋଜନାରେ ଆୟୋଜିତ ଏହି ଉତ୍ସବ ପ୍ରତ୍ୟେହ ସନ୍ଧ୍ୟାରେ ସାଧାରଣ ସଭା, ଆଲୋଚନାଚକ୍ର, ସମ୍ବର୍ଦ୍ଧନା ସମାରୋହ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ, କବିତା ପାଠୋତ୍ସବ, ନୃତ୍ୟ, ସଙ୍ଗୀତ, ନାଟକ ଭିତିକ ସାଂସ୍କୃତିକ ବିଚିତ୍ରା,ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଓଡ଼ିଶା ଓ ଜିଲ୍ଲା ପ୍ରଶାସନ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଲୋକ କଳା, ଲୋକ ନୃତ୍ୟ, ଚଳଚ୍ଚିତ୍ର ଅଭିନେତା, ଅଭିନେତ୍ରୀ , ମଂଚ କଳାକାର, ହାସ୍ୟ ଅଭିନେତା, ଅଭିନେତ୍ରୀ, ଯାତ୍ରା କଳାକାର, ବିଶିଷ୍ଟ ସଙ୍ଗୀତଜ୍ଞଙ୍କ ସମାରୋହରେ ଗତ ୨ତାରିଖରୁ ଆରମ୍ଭ ୧୨ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ଅନୁଷ୍ଠାନ ପକ୍ଷରୁ ଜଣା ପଡ଼ିଛି।
Home ଜିଲ୍ଲା ପରିକ୍ରମା ଚତୁର୍ଦ୍ଦଶ ଭଦ୍ରକ ଜିଲ୍ଲା ମହୋତ୍ସବର ଅଷ୍ଟମ ସନ୍ଧ୍ୟା, ପଲ୍ଲୀ ସାହିତ୍ୟ ଜୀବନର କଥା କହେ –...







