ଭଦ୍ରକ, ୧୧ା୫ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଏହି ଜିଲାର ଚାନ୍ଦବାଲି ବ୍ଲକ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୭୦ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୫୮ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୭ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୫ଟି ଅଭିଯୋଗ ରହିଥିଲା।ଶୁଣାଣି ସମୟରେ ୮ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିଲା। ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୫ ଜଣ ଅଭିଯୋଗକାରୀଙ୍କୁ ମୋଟ ୧୫,୦୦୦/- ଟଙ୍କା ମଞ୍ଜୁର କରାଯାଇଛି।ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ, ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର ସାମଲ ପ୍ରମୁଖ ଉପସ୍ଥିତ ଥିଲେ।








