Home ଜିଲ୍ଲା ପରିକ୍ରମା ଚାନ୍ଦବାଲି ବ୍ଲକରେ ମିଳିତ ଜନ ଶୁଣାଣି ଶିବିର

ଚାନ୍ଦବାଲି ବ୍ଲକରେ ମିଳିତ ଜନ ଶୁଣାଣି ଶିବିର

55

ଭଦ୍ରକ, ୧୬ା (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଭଦ୍ରକ ଜିଲ୍ଲାପାଳ ଓ ଭଦ୍ରକ ଏସ୍‌.ପିଙ୍କ ମିଳିତ ଜନଶୁଣାଣି ଶିବିର ଚାନ୍ଦବାଲି ବ୍ଲକ୍‌ରେ ଅନୁଷ୍ଠିତ ହୋଇଯାଇଛି । ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ମାସର ତୃତୀୟ ସୋମବାର ସରକାରୀ ଛୁଟି ଦିବସ ଥିବାରୁ ସରକାରୀ ନିୟମାନୁଯାୟୀ ପରବର୍ତ୍ତୀ ଦିବସ ମଙ୍ଗଳବାର ଦିନ ଏହି ଶିବିର ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ଏସ୍‌.ପି.ବରୁଣ ଗୁଣ୍ଟୁପାଲି ଏହି ଶିବିରରେ ଯୋଗ ଦେଇ ସମୁଦାୟ ୭୫ଟି ଅଭିଯୋଗର ଶୁଣାଣି କରିଥିଲେ । ସେଥି ମଧ୍ୟରେ ୬୩ଟି ବ୍ୟକ୍ତିଗତ ଓ ୧୨ଟି ସାମୂହିକ ସମସ୍ୟା ଭିତ୍ତିକ ଅଭିଯୋଗ ଥିଲା । ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସରୋଜ କୁମାର ଦତ୍ତ, ଉପଜିଲ୍ଲାପାଳ ମନୋଜ ପାତ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ା. ସନ୍ତୋଷ କୁମାର ପାତ୍ର, ଚାନ୍ଦବାଲି ବି.ଡ଼ି.ଓ. ଅସିତ୍ କୁମାର ମହାନ୍ତି, ଚାନ୍ଦବାଲି ତହସିଲଦାର ଅଶ୍ୱିନୀ କୁମାର ଭୂୟାଁ ପ୍ରମୁଖ ଏହି ଶିବିରରେ ଉପସ୍ଥିତ ରହି ଜନାଭିଯୋଗ ଶୁଣାଣି କାର୍ଯ୍ୟରେ ଜିଲ୍ଲାପାଳଙ୍କୁ ସହଯୋଗ କରିଥିଲେ । ବିଭିନ୍ନ ବିଭାଗ ସମ୍ବନ୍ଧୀୟ ଆଗତ ଅଭିଯୋଗ ସବୁର ନିୟମ ମୁତାବକ ସମାଧାନ କରାଯିବା ନେଇ ଜିଲ୍ଲାପାଳ ସଂପୃକ୍ତ ବିଭାଗୟୀ ଅଧିକାରୀମାନଙ୍କ ସହ ଆଲୋଚନା କରି ଆବଶ୍ୟକ ପଦକ୍ଷେପ ଗ୍ରହଣ ପାଇଁ ନିର୍ଦ୍ଦେଶ ପ୍ରଦାନ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.