ଭଦ୍ରକ, ୧୯ା୮ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲାର ଚାନ୍ଦବାଲି ବ୍ଲକ୍? ଅନ୍ତର୍ଗତ ନଳଗୁଣ୍ଡା ଅଞ୍ଚଳର ରାମପୁର ଗ୍ରାମରେ ବନ୍ୟା ପରିସ୍ଥିତି ମଧ୍ୟରେ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ କରାଯାଇଛି। ଏହି ଉଦ୍ଧାର ଅଭିଯାନରେ ମୋଟ ୮ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ୮ ଜଣଙ୍କ ମଧ୍ୟରେ ଜଣେ ଶିଶୁ ଓ ଜଣେ ଦିବ୍ୟାଙ୍ଗ ବ୍ୟକ୍ତି ରହିଛନ୍ତି। ବନ୍ୟା ପରିସ୍ଥିତିରେ ଲୋକଙ୍କ ଜୀବନ ସୁରକ୍ଷାକୁ ପ୍ରାଥମିକତା ଦେଇ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।