Home ଓଡ଼ିଶା ଚିଲିକା ପର୍ଯ୍ୟଟନ ଶିଳ୍ପ ବିକାଶ ନିମନ୍ତେ ସମୀକ୍ଷା ବୈଠକ ଅନୁଷ୍ଠିତ : ଅନ୍‌ଲାଇନ ମାଧ୍ୟମରେ ଡଙ୍ଗା...

ଚିଲିକା ପର୍ଯ୍ୟଟନ ଶିଳ୍ପ ବିକାଶ ନିମନ୍ତେ ସମୀକ୍ଷା ବୈଠକ ଅନୁଷ୍ଠିତ : ଅନ୍‌ଲାଇନ ମାଧ୍ୟମରେ ଡଙ୍ଗା ବୁକିଂ ଓ ଦେୟ ପୈଠ କରିବାକୁ ବାଧ୍ୟତାମୂଳକ କରାଯିବ

61

ପୁରୀ-୨୯/୧୦ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) : ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଯାଇଥିବାରୁ ଚିଲିକା ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ଯେପରି ଭଲ ଅନୁଭୂତି ନେଇ ଫେରିବେ ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛି। ଏ ସମ୍ପର୍କିତ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ବଲୱନ୍ତ ସିଂଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସ୍ୱତନ୍ତ୍ର ପ୍ରଦକ୍ଷଣ ଗୃହ ସମ୍ମିଳନୀ କକ୍ଷରେ ବିଭିନ୍ନ ମୋଟର ଡଙ୍ଗା ମାଲିକ ସଂଘକୁ ନେଇ ଅନୁଷ୍ଠିତ ହୋଇଛି। ପ୍ରତ୍ୟେକ ଡଙ୍ଗା ପଞ୍ଜୀକରଣ, ନବୀକରଣ ଓ ମୋଟର ଯାଞ୍ଚ କରିବା ଉପରେ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତ। ଡଙ୍ଗାରେ ପ୍ରତ୍ୟେକ ଲାଇଫ ଜ୍ୟାକେଟ ପରିଧାନ ଓ ପର୍ଯ୍ୟଟକମାନେ ଅନ୍‌ଲାଇନ ମାଧ୍ୟମରେ ଡଙ୍ଗା ବୁକିଂ ଓ ଦେୟ ପୈଠ କରିବାକୁ ବାଧ୍ୟତାମୂଳକ କରାଯିବ। ଏଥିପାଇଁ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଏକ ମୋବାଇଲ ଆପ ପ୍ରଚଳନ କରିବେ। ସମ୍ପୃକ୍ତ ଡଙ୍ଗା ମାଲିକ ଓ ଅଂଶୀଦାରମାନଙ୍କ ମତାମତ ନିଆଯାଇ ମୋବାଇଲ ଆପ୍ ବିକଶିତ କରାଯିବ। ଏହାଦ୍ୱାରା ସବୁ ସଂଘକୁ ସମାନ ବୁକିଂ ସୁବିଧା ମିଳିବ। ଡଙ୍ଗାରେ ବିଭିନ୍ନ ସ୍ଥାନକୁ ବୁଲିବା ଦର ତାଲିକା ପ୍ରଦର୍ଶିତ କରାଯିବ ଓ ନକଲି ମୂର୍ତ୍ତି କାରବାର କରୁଥିବା ଲୋକମାନଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆବଶ୍ୟକସ୍ଥଳେ ପ୍ରଶାସନ ନିଜଆଡ଼ୁ ମାମଲା ରୁଜୁ କରିବ ବୋଲି ଜିଲ୍ଲାପାଳ କହିଛନ୍ତି। ପର୍ଯ୍ୟଟକମାନଙ୍କୁ ଉତ୍ତମ ସେବା ଓ ସୁରକ୍ଷା ଯୋଗାଇ ଦେଲେ ପର୍ଯ୍ୟଟନ ଶିଳ୍ପର ବିକାଶ ହେବ ବୋଲି ସେ କହିଛନ୍ତି। ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପର୍ଯ୍ୟଟନ ସହକାରୀ ନିର୍ଦ୍ଦେଶକ ସଶାଙ୍କ ଶେଖର ରଥ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଇତିଶ୍ରୀ ନାୟକ, ସଦରର ଏସ୍‌ଡ଼ିପିଓ କିଶୋର ଚନ୍ଦ୍ର ମୁଣ୍ଡ ଏବଂ ବିଭିନ୍ନ ଡଙ୍ଗାର ମାଲିକ ସଂଘର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.