Home Coronavirus Outbreak ଜାଣନ୍ତୁ ୫୬ ନମ୍ବର କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି

ଜାଣନ୍ତୁ ୫୬ ନମ୍ବର କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି

166

ଭୁବନେଶ୍ୱର ୧୪-୪ (ଓଡ଼ିଆ ପୁଅ) ରାଜ୍ୟରେ ଆଉ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ପ୍ରେସମିଟରେ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା ଦେଇଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଯାଜପୁରର ଓ ଅନ୍ୟ ୪ ଭୁବନେଶ୍ୱରର। ଭୁବନେଶ୍ବରର ଚିହ୍ନଟ ୪ ଜଣଙ୍କ ମଧ୍ୟରୁ ୩ଜଣ ବମିଖାଲ ଓ ଜଣେ ଝାରପଡ଼ା ଅଞ୍ଚଳର। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ମଧ୍ୟରୁ ଜଣେ ପ୍ରାଣ ହରାଇଥିବାବେଳେ ୧୮ ଜଣ ସୁସ୍ଥ ହୋଇଛନ୍ତି। ଭୁବନେଶ୍ବରରେ ଏଯାଏଁ ୪୬ ପଜିଟିଭ ଚିହ୍ନଟ ହୋଇଛନ୍ତି।

ତେବେ ଓଡ଼ିଶାର ୫୬ ନମ୍ବର କରୋନା ଆକ୍ରାନ୍ତ ହେଉଛନ୍ତି ଯାଜପୁରର ତାଙ୍କର ବୟସ ୬୬ ବର୍ଷ। ସେ ଯାଜପୁର ଜିଲ୍ଲାର ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ। ସେ କୋଲକତାରୁ ଏକ ପରିବା ଗାଡି ଟାଟା ମ୍ୟାଜିକ୍ ରେ ଗତ ମାର୍ଚ୍ଚ ୨୮ରେ କୋଲକାତାରୁ ଫେରିଥିଲେ। ତାଙ୍କ ସହିତ ୧୭ ଜଣ ଲୋକ ମଧ୍ୟ ଆସିଥିଲେ। ସେମାନଙ୍କ ମଧ୍ୟରୁ ୭ ଜଣ ଭଦ୍ରକ ଜିଲ୍ଲାର ଏବଂ ୧୦ ଜଣ ଯାଜପୁର ଜିଲ୍ଲାର।

ଯାଜପୁରର ୧୦ ଜଣ ପାଣିକୋଇଲି ଛକରେ ଓହ୍ଲାଇ ମାଛ ଓ କ୍ଷୀର ଗାଡି ଗୁଡିକରେ ଯାଇଛନ୍ତି। ଏମାନଙ୍କ ମଧ୍ୟରୁ ଅନେକ କୋରେଇ ଅଂଚଳକୁ ଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ। ଯାଜପୁରକୁ ଆସିଥିବା ସମସ୍ତଙ୍କୁ ଚିହ୍ନଟ କରାଯାଇଛି ଓ କ୍ୱାରେନଟାଇନରେ ରଖାଯାଇଛି। ସେପଟେ ଏହି କରୋନା ପଜିଟିଭ ଜଣକ ପେଟ ବଥା କାରଣରୁ ୨୯ ତାରିଖରେ ସକାଳୁ ଯାଜପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଯାଇଥିଲେ। ଓପିଡି ତଥ୍ୟ ଆଧାରରେ କେଉଁ ଡାକ୍ତର ତାଙ୍କର ଚିକିତ୍ସା କରିଥିଲେ, ଅନ୍ୟ କେଉଁ କେଉଁ ରେଗୀ ତାଙ୍କ ସଂସ୍ପର୍ଶରେ ଆସିଥିଲେ ସେମାନଙ୍କୁ ଟ୍ରାକ କରାଯାଉଛି।

ପୂର୍ବରୁ ଯାଜପୁରର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ଦ୍ୱିତୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲା ପ୍ରଶାସନ ପକ୍ଷରୁ ୨ଟି ଗାଁକୁ କଂଟେନମେଂଟ ଅଂଚଳ ଭାବେ ଘୋଷଣା କରାଯାଇଛି । ସାନତ୍ରିଲୋଚନପୁର ଓ ସହିପୁର-୩ ଗାଁକୁ କଂଟେନମେଂଟ ଅଂଚଳ ଭାବେ ଘୋଷଣା କରାଯାଇଛି।

ଆକ୍ରାନ୍ତ ଜଣକ ଯାଜପୁର ବ୍ଲକ ଜାଫରପୁର ପଞ୍ଚାୟତ ସାନ ତ୍ରିଲୋଚନପୁର ଗାଁର ବୋଲି ଜଣାପଡିଛି। ଏହା ଜଣାପଡିବା ପରେ ଗତ ୧୦ ତାରିଖରେ ତାଙ୍କୁ କ୍ବାରେଣ୍ଟାଇନରେ ରଖାଯାଇଥିଲା। ତେବେ ଗତକାଲି ତାଙ୍କର ସ୍ବାବ୍ ଟେଷ୍ଟ ପାଇଁ ଯାଇଥିବା ବେଳେ କୋଭିଡ୍-୧୯ ପଜିଟିଭ୍ ଆସିଛି। ବର୍ତ୍ତମାନ ତାଙ୍କୁ ଅଶ୍ବିନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ତେବେ କଣ୍ଟାକ୍ଟ ଟ୍ରେସିଂ ପରେ ସେହି ଗାଡିରେ ୭ ରୁ ୮ ଜଣ ଥିବା ଜଣାପଡିଛି। ରାଜ୍ୟର ୫୬ ନମ୍ବର ଆକ୍ରାନ୍ତ ଯାଜପୁର ଜିଲ୍ଲାର ହୋଇଥିବାରୁ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ତାଙ୍କର କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାର ଦୁଇଟି ଗାଁ’ ସାନତ୍ରିଲୋଚନପୁର ଓ ସହିପୁର-୩କୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି।

ଏହା ପୂର୍ବରୁ ଜିଲ୍ଲାରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ତେବେ ସେ ଗତ ୧୦ ତାରିଖରେ ସୁସ୍ଥ ହୋଇ ଘରକୁ ଫେରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.