Home Coronavirus Outbreak ଜାଣନ୍ତୁ ୬୦ ନମ୍ବର କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି

ଜାଣନ୍ତୁ ୬୦ ନମ୍ବର କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି

283

ଭୁବନେଶ୍ୱର ୧୪-୪ (ଓଡ଼ିଆ ପୁଅ) : ରାଜ୍ୟରେ ଆଉ ୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ପ୍ରେସମିଟରେ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା ଦେଇଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଯାଜପୁରର ଓ ଅନ୍ୟ ୪ ଭୁବନେଶ୍ୱରର। ଭୁବନେଶ୍ବରର ଚିହ୍ନଟ ୪ ଜଣଙ୍କ ମଧ୍ୟରୁ ୩ଜଣ ବମିଖାଲ ଓ ଜଣେ ଝାରପଡ଼ା ଅଞ୍ଚଳର। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ମଧ୍ୟରୁ ଜଣେ ପ୍ରାଣ ହରାଇଥିବାବେଳେ ୧୮ ଜଣ ସୁସ୍ଥ ହୋଇଛନ୍ତି। ଭୁବନେଶ୍ବରରେ ଏଯାଏଁ ୪୬ ପଜିଟିଭ ଚିହ୍ନଟ ହୋଇଛନ୍ତି।

୬୦ ନମ୍ବର କରୋନା ଆକ୍ରାନ୍ତ

୫୧ ବର୍ଷ ବୟସ ପୁରୁଷ। ୬୦ ନମ୍ବର ଆକ୍ରାନ୍ତ ଜଣକ ୨୨ ମାର୍ଚ୍ଚରୁ ୧୩ ତାରିଖ ପର୍ଯ୍ୟନ୍ତ ଝାରପଡ଼ା ନୀଳାଦ୍ରିନଗର ସ୍ଥିତ ଘରେ ରହିଥିଲେ। ପରିବା ଓ ଗ୍ରୋସରୀ ପାଇଁ ସେ ପଳାଶୁଣି, ରସୁଲଗଡ଼ ଓ କେସୁରା ହାଟ ଯାଇଥିଲେ। ଆଜି ସାମ୍ପଲ ପଜିଟିଭ ଆସିବା ପରେ ତାଙ୍କୁ କିମ୍ସ କୋଭିଡ ହସ୍ପିଟାଲ ସ୍ଥାନାନ୍ତରିତ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.