Home ଜିଲ୍ଲା ପରିକ୍ରମା ଜାତୀୟ ପ୍ରେସ ଦିସବ ପାଳିତ

ଜାତୀୟ ପ୍ରେସ ଦିସବ ପାଳିତ

12

ପୁରୀ- ତା.୧୬.୧୧ (ଓଡ଼ିଆ ପୁଅ) – ଜାତୀୟ ପ୍ରେସ ଦିବସ ସ୍ଥାନୀୟ ସଦଭାବନା ସଭାଗୃହ ସମ୍ମିଳନୀ କକ୍ଷରେ ପାଳିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ଏହି ଅବସରରେ “ବିଶ୍ବ ମହାମାରୀ ପରିପ୍ରେକ୍ଷୀରେ ଗଣମାଧ୍ୟମ: ଏକ ନୂତନ ଆହ୍ବାନ” ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଭାରତ ଭଳି ଗଣତାନ୍ତ୍ରିକ ରାଷ୍ଟ୍ରରେ ଗଣମାଧ୍ୟମର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ଗଣମାଧ୍ୟମର ସକ୍ରିୟତା ଦ୍ବାରା ଅନେକ ଆବଶ୍ୟକୀୟ ତଥ୍ୟ ହସ୍ତଗତ ହେବା ସହ ସମାଜର ହିତ ସାଧିତ ହୋଇଥାଏ। ତଥ୍ୟ ଭିତ୍ତିକ ଖବର ପ୍ରକାଶନ ଓ ପ୍ରସାରଣ ଅନେକ ସମୟରେ ପ୍ରଶାସନ ଓ ସାଧାରଣ ଜନତାଙ୍କ ନିମନ୍ତେ ଉପାଦେୟ ସାବ୍ୟସ୍ତ ହୋଇଥାଏ। କରୋନା ମହାମରୀ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଗଣମାଧ୍ୟମର ପ୍ରତିନିଧି ମାନେ ନିଜ ଜୀବନକୁ ବାଜି ଲଗାଇ ଖବର ପ୍ରସାରଣ କରିବା ତଥା ପ୍ରତି ମୁହୂର୍ତ୍ତର ଖବର ଦେବା ସାମ୍ବାଦିକତାର ଗାରିମା ବୃଦ୍ଧି କରିଥିବାର ମୁଖ୍ୟଅତିଥି ମତବ୍ୟକ୍ତ କରିଥିଲେ। ପ୍ରାରମ୍ଭରେ କରୋନା ମହାମାରୀରେ ପ୍ରାଣ ହରେଇଥିବା ସାମ୍ବାଦିକ ମାନଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା। ସାମ୍ବାଦିକ ଶ୍ରୀ ବିଶ୍ବଜିତ ପଟ୍ଟନାୟକ, ଶ୍ରୀ ସୁକାନ୍ତ ପଣ୍ତା ଓ ଶ୍ରୀ ନିରଞ୍ଜନ ମିଶ୍ର ପ୍ରମୁଖ ଆଲୋଚନାରେ ଭାଗନେଇ ସେମାନଙ୍କର ମତାମତ ପ୍ରଦାନ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଜିତେନ୍ଦ୍ରିୟ ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.