Home ଜିଲ୍ଲା ପରିକ୍ରମା ଜିଲାସ୍ତରୀୟ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ୯ ରେ

ଜିଲାସ୍ତରୀୟ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ୯ ରେ

13

ଭଦ୍ରକ, ୨ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଜିଲ୍ଲାସ୍ତରୀୟ ଓ ତାଲୁକସ୍ତରୀୟ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୯.୯.୨୦୨୩ ରେ ଅନୁଷ୍ଠିତ ହେବ । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଫୌଜଦାରୀ (ସାଲିସ୍ ଯୋଗ୍ୟ) ଚେକ୍ ବାଉନ୍ସ ମାମଲା, ବ୍ୟାଙ୍କ ଋଣ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତି ବିବାଦ, ବିଦ୍ୟୁତ୍‌, ଜଳ ଓ ଅନ୍ୟବିଲ୍ ଦେୟ ଜନିତ ବିବାଦ (ସାଲିସ୍ ବିହିନ ବିବାଦକୁ ବାଦ୍ ଦେଇ) ବୈବାହିକ ବିବାଦ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ଚାକିରି ସମ୍ବନ୍ଧୀୟ (ଦରମା, ଭତ୍ତା ଓ ଅବସରକାଳୀନ ପ୍ରାପ୍ୟ) ରାଜସ୍ୱ, ମୋଟର ଯାନ ସମ୍ବନ୍ଧୀୟ ଓ ଅନ୍ୟ ଦେୱାନୀ ମୋକଦ୍ଦମା ଇତ୍ୟାଦିର ଆପୋସ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚା୍‌ରାଧୀନ ମୋକଦ୍ଦମା ନୁହେଁ ପ୍ରାକ ମୋକଦ୍ଦମାସ୍ତରୀୟ (କଚେରୀରେ ଦାୟର ହୋଇ ନଥିବା) ଚେକ୍ ବାଉନ୍ସ୍ ମାମଲା, ବ୍ୟାଙ୍କ ଋଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ, ଅନ୍ୟ ସାଲିସ୍ ଯୋଗ୍ୟ ଫୌଜଦାରୀ ଓ ଅନ୍ୟ ଦେୱାନୀ ମୋକଦ୍ଦମା ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ଲୋକଅଦାଲତରେ ମକଦ୍ଦମା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡ଼େନାହିଁ ଏବଂ ଲୋକ ଅଦାଲତର ରାୟ ବୈଧ, ଚୂଡ଼ାନ୍ତ ଏବଂ ଅମଳ ଯୋଗ୍ୟ । ଯଦି କୌଣସି ବିଚାରାଧୀନ ମୋକଦ୍ଦମାର ସମାଧାନ ଲୋକ ଅଦାଲତ ମାଧ୍ୟମରେ ହୁଏ ଆଗରୁ ପଇଠ କୋର୍ଟ ଫି ଫେରସ୍ତ ହୋଇପାରିବ । ସବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନ ସେବା ପ୍ରାଧୀକରଣ କାର୍ଯ୍ୟାଳୟ ସହିତ ଯୋଗାଯୋଗ କରିବାକୁ ଭଦ୍ରକ ଜିଲ୍ଲା ଆଇନ ସେବା ପ୍ରାଧୀକରଣ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.