Home ଜିଲ୍ଲା ପରିକ୍ରମା ଜିଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ

ଜିଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ

102

ନୟାଗଡ଼, ୩୦-୧୦ (ଓଡ଼ିଆ ପୁଅ/ସୁରେନ୍ଦ୍ରନାଥ ପ୍ରଧାନ) : ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସୃଜନୀ ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟାଲୋଚନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କଟକ ସାଂସଦ ଭତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରଣପୁର ବିଧାୟକ ସତ୍ୟନାରାୟଣ ପ୍ରଧାନ, ଦଶପଲା ବିଧାୟକ ରମେଶ କୁମାର ବେହେରା, ଜିଲାପରିଷଦ ଅଧ୍ୟକ୍ଷା ବୈଜୟନ୍ତୀମାଳା ମହାନ୍ତି, ଜିଲାପାଳ ଡ.ପୋମା ଟୁଡୁ ପ୍ରମୁଖ ଯୋଗଦେଇଥିଲେ। ଏଥିରେ ଜାତୀୟ ଗ୍ରାମୀଣ ପାନୀୟ ଜଳ, ପ୍ରଧାନମନ୍ତ୍ରୀ ଫସଲବୀମା, ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ଆଦି ଯୋଜନାର ସଫଳ ରୂପାୟନ ଉପରେ ପରାମର୍ଶ ଦେଇଥିଲେ। ଏହି ବୈଠକରେ ବିଭିନ୍ନ ବିଭାଗର ପଦାଧିକାରୀମାନେ ଯୋଗଦେଇଥିଲେ। ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.