ଭଦ୍ରକ, ୪ା୫ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲାପାଳକଂ କାର୍ଯ୍ୟାଳୟ ପରିସରଠାରେ ଆଜି ଯୁକ୍ତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୧୧୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୮୬ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୨୪ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୫ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୨୬ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିଲା। ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୫ ଜଣ ଅଭିଯୋଗକାରୀଙ୍କୁ ମୋଟ ୨୨,୫୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ, ଅତିରିକ୍ତ ଜିଲ୍ଲାପାଳ ସରୋଜ ଦତ ଓ ରବି ନାରାୟଣ ସାହୁ, ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଶୁଭେନ୍ଦ୍ର ସାମଲ ପ୍ରମୁଖ ଉପସ୍ଥିତ ଥିଲେ।