Odiapua.com

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆନ୍ତର୍ଜାତିୟ ଯୋଗ ଦିବସ ପାଳିତ

କେନ୍ଦ୍ରାପଡ଼ା, ୨୨ା୬ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) : କେନ୍ଦ୍ରାପଡା ଜିଲ୍ଲା ପ୍ରଶାସନ ଓ ଶ୍ରୀ ଯୋଗ ବେଦାନ୍ତ କଳା ନିକେତନର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆନ୍ତର୍ଜାତିୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗ ଶିବିରରେ ଜିଲ୍ଲା ପ୍ରଶାସନର ବିଭିନ୍ନ ଅଧିକାରୀମାନେ ଅଂଶଗ୍ରହଣ କରି ଯୋଗ ଶିକ୍ଷା କରିଥିଲେ। ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ପିତାମ୍ବର ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୋଗର ଉପକାରିତା ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ଯୋଗ ଗୁରୁ ସଞ୍ଜୟ ମଥାନ ଓ ଜିଲ୍ଲା କ୍ରୀଡ଼ା ଅଧିକାରୀ ଲୋକନାଥ ପାଣିଗ୍ରାହୀ ସମସ୍ତଙ୍କୁ ବିଭିନ୍ନ ଯୋଗାସନ ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥିଲେ। ଏଥିସହ ଯୋଗାସନରେ ଯୋଗ ଦେଇଥିବା ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ଶ୍ରୀ ସାମଲ ପୁରସ୍କୃତ କରିଥିଲେ। ଜାତୀୟ ସ୍ତରୀୟ ଯେଗାସନ ପ୍ରତିଯୋଗିତାରେ ଭାଗ ନେଇଥିବା ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ। କ୍ରୀଡ଼ା ଅଧିକାରୀ ଲୋକନାଥ ପାଣିଗ୍ରାହୀଙ୍କୁ ଯୋଗରତ୍ନ ଓ ଯୋଗ ଗୁରୁ ସଞ୍ଜୟ ମଥାନଙ୍କୁ ଯୋଗଗୁରୁ ସମ୍ମାନରେ ସମ୍ମାନିତ କରିଥିଲେ।