Home ଜିଲ୍ଲା ପରିକ୍ରମା ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଶିବିର କାର୍ଯ୍ୟକ୍ରମ

ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣୀ ଶିବିର କାର୍ଯ୍ୟକ୍ରମ

6

ଭଦ୍ରକ, ୩ା୧୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଜିଲ୍ଲାପାଳ ଦିଲିପ ରାଉତରାଏ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ରବିନାରାୟଣ ସାହୁ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ସରୋଜ ଦତ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ, ଶୁଭେନ୍ଦ୍ର ସାମଲ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସୁଧିରଞ୍ଜନ ନାୟକ, ଉପଜିଲ୍ଲାପାଳ ସୌରଭ ଚକ୍ରବର୍ତୀ, ଅତିରିକ୍ତ ଆରକ୍ଷୀ ଅଧ୍ୟୀକ୍ଷକ ସମ୍ବିତ୍ କୁମାର ମାଝୀ, ଡେପୁଟି କଲେକ୍ଟର ଜ୍ଞାନ ରଞ୍ଜନ ଦାସ, ଭଦ୍ରକ ବିଡିଓ ରଶ୍ମିରଞ୍ଜନ ମଲ୍ଲିକ, ତହସିଲଦାର ଭଦ୍ରକ ସଂଗ୍ରାମ କେଶରୀ ଖୁଟିଂଆ ଓ ଅନ୍ୟ ବିଭାଗର ଅଧିକାରୀ ମାନେ ଯୋଗଦେଇଥିଲେ। ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଦାଖଲ ହୋଇଥିବା ଅଭିଯୋଗ ପତ୍ରକୁ ସମାଧାନ ପାଇଁ ପଦକ୍ଷେପ ନେଇଥିଲେ। ଆଜିର ଜନଶୁଣାଣୀ ଶିବିରରେ ମୋଟ ୨୦୭ ଆବେଦନ ପତ୍ର ଦାଖଲ ହୋଇଥିଲା । ସେଥିରୁ ୧୬୧ଟି ବ୍ୟକ୍ତିଗତ ଥିଲାବେଳେ , ୪୬ ଟି ସାମୁହିକ ଥିଲା। ୩୬ ଟି ର ସମାଧାନ ତତକ୍ଷଣାତ୍ ହୋଇଥିଲା । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ରୁ ୯ ଜଣଙ୍କୁ ଓ ରେଡକ୍ରସ ରୁ ୫ ଜଣଙ୍କୁ ମୋଟ ୧,୧୫,୦୦୦/- ଟଙ୍କା ପ୍ରଦାନ କରାଯାଇଥିଲା। ଆଜିର ଜନଶୁଣାଣୀ ରେ ମୁଖ୍ୟତଃ ଚାଷୀ ପଞ୍ଜୀକରଣ, ମଧୁବାବୁ ପେନସନ, ପି ଏମ ଆବାସ ଯୋଜନା ରେ ଗୃହ ବଟଂନ, ଜମିଜମା ସଂପର୍କିତ, ସରକାରୀ ଜମିରେ ବସବାସ କରୁଥିବା ଲୋକଙ୍କୁ ଉଚ୍ଛେଦ ବଦଳରେ ଜମି/ଗୃହ ଆବଟଂନ ଅଭିଯୋଗ ସହିତ ଚିକିତ୍ସା ପାଇଁ ଆର୍ôଥକ ସହାୟତା ଦରଖାସ୍ତ ହସ୍ତଗତ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.