Home ଜିଲ୍ଲା ପରିକ୍ରମା ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଲେ ଚକ୍ରବର୍ତ୍ତୀ ସିଂ ରାଠୋର

ଜିଲ୍ଲାପାଳ ଭାବେ ଦାୟିତ୍ୱ ନେଲେ ଚକ୍ରବର୍ତ୍ତୀ ସିଂ ରାଠୋର

65

ଯାଜପୁର୧୪।୯(ଓଡିଆ ପୁଅ/ବିରଞ୍ଚି ନାରାୟଣ ପାତ୍ରୀ) ଯାଜପୁର ଜିଲ୍ଲାର ୨୧ ତମ ଜିଲ୍ଲାପାଳ ଭାବେ ଦାୟିତ୍ଵ ନେଲେ ଆଇଏଏସ ଅଫିସର ଚକ୍ରବର୍ତ୍ତୀ ସିଂ ରାଠୋର। ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଜନସାଧାରଣଙ୍କ ମାଧ୍ୟମରେ ୧୫ ରୁ ୪୦ଦିନ ମଧ୍ୟରେ ଜିଲ୍ଲାକୁ କରୋନା ସଂକ୍ରମଣରୁ ସମ୍ପୂର୍ଣ୍ଣ ରକ୍ଷା କରିବାକୁ ଆଜି ଠାରୁ କାର୍ଯ୍ୟ ଆରମ୍ଭ କରିବି ବୋଲି ଆଜି ଚକ୍ରବର୍ତ୍ତୀ ସିଂ ରାଠୋର ଯାଜପୁର ଜିଲ୍ଲାପାଳ ଭାବେ ଦାଇତ୍ବ ନେବାପରେ ଘୋଷଣା କରିଥିଲେ। ଆଜି ପୂର୍ବାହ୍ନରେ ମାଆ ବିରଜାଙ୍କ ମନ୍ଦିର ବାହାରେ ମାଆଙ୍କୁ ପ୍ରଣାମ କରି ଆଶୀର୍ବାଦ କାମନା କରିଥିଲେ ଶ୍ରୀ ରାଠୋର। ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକଙ୍କ ଠାରୁ ଦାୟିତ୍ଵ ଗ୍ରହଣ କରିଥିଲେ। ଶ୍ରୀ ରାଠୋର ଏହା ପୂର୍ବରୁ ବରହମପୁର ମୁନିସିପାଲ କର୍ପୋରେସନର କମିଶନର ଭାବେ କାର୍ଯ୍ୟରତ ଥିଲେ। ଜିଲ୍ଲାପାଳଙ୍କ ଦାୟିତ୍ଵ ଗ୍ରହଣ ସମୟରେ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ନାୟକଙ୍କ ସହ ଆଇଏଏସ୍ ପ୍ରୋବେସନର ସଚିନ ପାୱାର, ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗ ନଗର ସନ୍ତୋଷ କୁମାର ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଅକ୍ଷୟ କୁମାର ମଲ୍ଲିକ, ଜିଲ୍ଲାପାଳଙ୍କ ସ୍ୱତନ୍ତ୍ର ଅଧିକାରୀ କୁଳମଣି ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ରଂଜନ କୁମାର ଦାସଙ୍କର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇପାରେ ଶ୍ରୀରାଠୋର ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.