Home ଓଡ଼ିଶା ଜିଲ୍ଲାରେ ଆଜି ୧୩୪ ନୂଆ ପଜିଟିଭ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩ ରେ ପହଁଚିଲା

ଜିଲ୍ଲାରେ ଆଜି ୧୩୪ ନୂଆ ପଜିଟିଭ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩ ରେ ପହଁଚିଲା

99

ମାଲକାନଗିରି, ୨୬ା୮ (ଓଡିଆ ପୁଅ ) ମାଲକାନଗିରି ଜିଲ୍ଲାରେ ଆଜି କରୋନା ସଂକ୍ରମଣ ରେକର୍ଡ ସୃଷ୍ଟି କରିଛି। ବୁଧବାର ଗୋଟିଏ ଦିନରେ ସହ ୧୩୪ ଜଣ ନୁଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ଜଣ କରୋନା ଯୋଦ୍ଧା ରହିଛନ୍ତି। ଆଜିର ଚିହ୍ନଟଙ୍କ ମଧ୍ୟରୁ ୬୪ଜଣ ପୁବ ର୍ସଂକ୍ରମଣଙ୍କ ସଂସ୍ପର୍ଷରେ ଆସିଛନ୍ତି, ୨୦ଜଣଙ୍କ ଠାରେ ରୋଗର ଲକ୍ଷଣ ରହିଛି, ୪୮ଜଣ ହାଉସ ସର୍ଭେରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ୨ଜଣ ବାହାର ରାଜ୍ୟ ପେରନ୍ତା ଥିବାର ଜଣାପଡିଛି। ଏହି ଚିହ୍ନଟ ଙ୍କ ମଧ୍ୟରୁ ମାଲକାନଗିରି ପୌରପରିଷଦ ଅଚଂଳରୁ କେବଳ ୫୫ଜଣ, ବାଲିମେଳା ଏନଏସି ଅଚଂଳରୁ ୨୨ଜଣ, କାଲିମେଳା ବ୍ଲକ ଅଚଂଳରୁ ୭ ଜଣ, ମାଲକାନଗିରି ବ୍ଲକଅଚଂଳରୁ ୧୦ଜଣ, କୋରକୁଣ୍ଡା ବ୍ଲକ ଅଚଂଳରୁ ୧୨ଜଣ, ଖଇରପୁଟ ବ୍ଲକ ଅଚଂଳରୁ ୧୨ ଜଣ, ମାଥିଲି ବ୍ଲକ ଅଚଂଳରୁ ୨ଜଣ, ଚିତ୍ରକେଣ୍ଡା ବ୍ଲକରୁ ୧୩ଜଣ, ପଡିଆ ବ୍ଲକ ଅଚଂଳରୁ ଜଣଙ୍କର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜିର ୧୩୪ ଜଣ ପଜିଟିଭ ଙ୍କୁ ମିଶାଇ ମାଲକାନଗିରି ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩ ଜଣ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୩୪୬ ଜଣ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି ଓ ୭୪୩ ଜଣ କରୋନା ଆକ୍ରାନ୍ତ ଙ୍କୁ କୋଭିଡ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ଇତିମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାର ଜିଲ୍ଲାପ୍ରଶାସନ ସୁତ୍ରରୁ ଜଣାପଡିଛି। ମାଲକାନଗିରି ଜିଲ୍ଲାରୁ ଆଜି ଚିହ୍ନଟ ହୋଇଥିବା ୧୩୪ ଜଣ ଆକ୍ରାନ୍ତ ଅନ୍ୟ କେଉଁ ଲୋକଙ୍କ ସଂସ୍ପର୍ଷରେ ଆସିଛନ୍ତି କି ନାହିଁ ତାହାର ଜାଚଂ ଜୋରଦାର ଚାଲିଛି। ଦିନକୁ ଦିନ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସଂକ୍ରମଣରୁ ସୁରକ୍ଷିତ ରିହାବା ପାଇଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଚଂଳକୁ କଟେଂନମେଟଂ ଜୋନ ବଫର ଜୋନ ଘୋଷଣା କରାଯିବା ସହ ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନଓ୍ୟର୍ଡି କର୍ମୀ ମାନେ ଘରଘର ବୁଲି କୋଭିଡ ଟେଷ୍ଟ ଓ ଲକ୍ଷଣର ବିବରଣୀ ସଂଗ୍ରହ କରୁଛନ୍ତି। ସହରର ଓ ସାହିବସ୍ତିର ବିଭିନ୍ନ ଛକ ସ୍ଥାନରେ ପୁଲିସ ପକ୍ଷରୁ କଡାସୁରକ୍ଷା ବ୍ୟବସ୍ଥା କରାଯାଇ ସାହିବସ୍ତିକୁ ନାକା ବନ୍ଦିକରିଦିଆ ଯାଇଛି।ମାଲକାନଗିରି ପୌରାଚଂଳ ଓ ବାଲିମେଳା ଏନଏସି ଅଚଂଳ କୁ ପ୍ରତି ଶନିବାର ଓ ରବିବାର ଦିନ ସଟ୍‌ଡାଉନ୍ ନିୟମ ବଳବତର କରାଯାଇଛି, କରୋନା ସଂକ୍ରମଣ ଠାରୁ ଦୂରରେ ରହିବା ପାଇଁ ସଟ୍‌ଡାଉନ୍ ନିୟମପାଳନ କରି ସହରବାସୀ ଜିଲ୍ଲାପ୍ରଶାସନକୁ ସହଯୋଗ କରି ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ, ମାସ୍କ ବ୍ୟବହାର କରିବା ସହିତ ସାମାଜିକ ଦୂରତା ବଜାୟୀ ରଖନ୍ତୁ ବୋଲି ଜିଲ୍ଲାପ୍ରଶାସନ ତ୍ପକ୍ଷରୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆ ଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.