Odiapua.com

ଜିଲ୍ଲାରେ ୮୬ ଜଣ ନୂଆ ପଜିଟିଭ ଚିହ୍ନଟ, ମୋଟ ଆକ୍ରାନ୍ତ ଙ୍କ ସଂଖ୍ୟା ୨୨୨୩ ରେ ପହଁଚିଲା

ମାଲକାନଗିରି, ୨୮ା୮ (ଓଡିଆ ପୁଅ ) ମାଲକାନଗିରି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧିପାଇବାରେ ଲାଗିଛି, ଆଜି ଜିଲ୍ଲାରେ ଗୋଟିଏ ଦିନରେ ୧୪ଜଣ କରୋନା ଯୋଦ୍ଧାଙ୍କ ସହ ୮୬ ଜଣ ନୁଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଚିହ୍ନଟଙ୍କ ମଧ୍ୟରୁ ୩୭ଜଣ ପୁବ ର୍ସଂକ୍ରମଣଙ୍କ ସଂସ୍ପର୍ଷରେ ଆସିଥିବା ବେଳେ ୨୨ଜଣଙ୍କର ରୋଗର ଲକ୍ଷଣ ଥିଲା ଓ ୨୪ଜଣ ହାଉସ ସର୍ଭେରୁ ଚିହ୍ନଟ ହୋଇଛନ୍ତି, ୩ଜଣ ବାହାର ରାଜ୍ୟ ଫେରନ୍ତା ଥିବାର ଜଣାପଡିଛି। ମାଲକାନଗିରି ପୌରପରିଷଦ ଅଚଂଳରୁ ୨୬ଜଣ, ବାଲିମେଳା ଏନଏସି ଅଚଂଳରୁ ୬ଜଣ, କାଲିମେଳା ବ୍ଲକ ଅଚଂଳରୁ ୧୨ଜଣ, ମାଲକାନଗିରି ବ୍ଲକଅଚଂଳରୁ ୩ଜଣ, କୋରକୁଣ୍ଡା ବ୍ଲକ ଅଚଂଳରୁ ୧୦ଜଣ, ଖଇରପୁଟ ବ୍ଲକ ଅଚଂଳରୁ ୫ଜଣ, ମାଥିଲି ବ୍ଲକ ଅଚଂଳରୁ ୭ଜଣ, ଚିତ୍ରକେଣ୍ଡା ବ୍ଲକ ଅଚଂଳରୁ ୧୬ଜଣ, ପଡିଆ ବ୍ଲକରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜିର ସଂକ୍ରମିତ ୮୬ଜଣ ଙ୍କୁ ମିଶାଇ ମାଲକାନଗିରି ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୨୩ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୪୭୨ ଜଣ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି ଓ ୭୪୭ ଜଣ କରୋନା ଆକ୍ରାନ୍ତ ଙ୍କୁ କୋଭିଡ ହସପିଟାଲରେ ଚିକିତ୍ସା କରାଯାଉ ଥିବାବେଳେ ୪ ଜଣଙ୍କର ମୃତ୍ୟୁ ଘଟିଥିବାର ଜିଲ୍ଲାପ୍ରଶାସନ ସୁତ୍ରରୁ ଜଣାପଡିଛି। ମାଲକାନଗିରି ଜିଲ୍ଲାରୁ ଆଜି ଚିହ୍ନଟ ହୋଇଥିବା ୮୬ଜଣ ଆକ୍ରାନ୍ତ ଅନ୍ୟ କେଉଁ ଲୋକଙ୍କ ସଂସ୍ପର୍ଷରେ ଆସିଛନ୍ତି କି ନାହିଁ ତାହାର ଜାଚଂ ଜୋରଦାର ଚାଲିଛି। ଦିନକୁ ଦିନ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସଂକ୍ରମଣରୁ ସୁରକ୍ଷିତ ରିହାବା ପାଇଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଚଂଳକୁ କଟେଂନମେଟଂ ଜୋନ ବଫର ଜୋନ ଘୋଷଣା କରାଯିବା ସହ ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନଓ୍ୟର୍ଡି କର୍ମୀ ମାନେ ଘରଘର ବୁଲି କୋଭିଡ ଟେଷ୍ଟ ଓ ଲକ୍ଷଣର ବିବରଣୀ ସଂଗ୍ରହ କରୁଛନ୍ତି। ସହରର ଓ ସାହିବସ୍ତିର ବିଭିନ୍ନ ଛକ ସ୍ଥାନରେ ପୁଲିସ ପକ୍ଷରୁ କଡାସୁରକ୍ଷା ବ୍ୟବସ୍ଥା କରାଯାଇ ସାହିବସ୍ତିକୁ ନାକା ବନ୍ଦିକରିଦିଆ ଯାଇଛି।ମାଲକାନଗିରି ପୌରାଚଂଳ ଓ ବାଲିମେଳା ଏନଏସି ଅଚଂଳ ରେ ପ୍ରତି ଶନିବାର ଓ ରବିବାର ଦିନ ସଟ୍‌ଡାଉନ୍ ଘୋଷଣା କରାଯାଇଛି।