Odiapua.com

ଜିଲ୍ଲାର କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪୫

ବାଲେଶ୍ୱର, ୧୭ା୭(ଓଡ଼ିଆ ପୁଅ/ଅଭୟ ଦାସ): ଆଜି ଗୋଟିଏ ଦିନରେ ୭୧୮ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ପରେ ଓଡ଼ିଶାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା୧୬ ହଜାର ୧୧୦ରେ ପହଞ୍ଚିଛି। ଅନ୍ୟପକ୍ଷରେ ଆଜି ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ରାଜ୍ୟରେ ଅଦ୍ୟାବଧି କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩ରେ ପହଞ୍ଚିଥିବା ଜଣାପଡ଼ିଛି। ସେହିଭଳି ବାଲେଶ୍ୱରରେ ମଧ୍ୟ କରୋନା ସଂକ୍ରମଣ ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି। ଗତ କିଛିଦିନ ଧରି ଜିଲ୍ଲାର କରୋନା ସଂକ୍ରମିତଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଇ ଚାଲିଛି। ଆଜି୯ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହେବା ସହ ଜିଲ୍ଲାର କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪୫ରେ ପହଞ୍ଚିଛି। ଅଦ୍ୟାବଧି ୪୫୪ ଜଣ ସୁସ୍ଥ ହୋଇଥିବା ବେଳେ ଏକ୍ଟିଭ୍ ଥିବା ୧୮୯ ଜଣ କରୋନା ସଂକ୍ରମିତ ଏବେ କୋଭିଡ୍ ହସପିଟାଲରେ ଚିକିତ୍ସିତ େଉଛନ୍ତି। ତେବେ ଗତ କିଛିଦିନ ଧରି ବୃଦ୍ଧି ପାଇଥିବା ସ୍ଥାନୀୟ ସଂକ୍ରମଣ ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି। କୋଭିଡ୍ ନିୟମ ପାଳନ ପାଇଁ ମାଇକରେ ବି ପ୍ରଚାର କରାଯାଉଛି। ତେବେ ସାମ୍ପ୍ରତିକ ସଙ୍ଗୀନ କରୋନା ସ୍ଥିତିରେ ସମସ୍ତେ ସାମାଜିକ ଦୂରତା ରକ୍ଷା ସହ ମାସ୍କ ବ୍ୟବହାର ପାଇଁ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।