Home ନୟାଗଡ଼ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଶପଥ ପାଠ

ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଶପଥ ପାଠ

57

ନୟାଗଡ଼, ୨୭-୧୦ (ଓଡ଼ିଆ ପୁଅ) – ପୂର୍ବାହ୍ନ ୧୧ଘଟିକା ସମୟରେ ଜିଲ୍ଲାପାଳଙ୍କ ସଦ୍‌ଭାବନା ଗୃହରେ ଦିର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହୋଇଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଧାନ ଚନ୍ଦ୍ର ରାୟ ଦିବସ ଉପଲକ୍ଷେ ସମସ୍ତେ ସଚେତନ ରହି କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ ଏବଂ ଏହା ତା-୨୭-୧୦-୨୦୨୦ରିଖ ଠାରୁ ତା-୦୨-୧୧-୨୦୨୦ରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଳନ କରାଯାଉଛି ବୋଲି କହିଥିଲେ। ପରେ ପରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଡ- ପ୍ରମୋଦ କୁମାର ନାୟକ ଉପସ୍ଥିତ ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଥିଲେ। କୋଭିଡ୍ ନିୟମ ପାଳନ କରାଯାଇ କେବଳ ଶପଥ ପାଠ କରାଯାଇଥିଲା। ଏହି ବୈଠକରେ ଉପଜିଲ୍ଲାପାଳ ଶ୍ରୀ ଲଗ୍ନଜିତ ରାଉତ, ଜିଲ୍ଲା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.