Odiapua.com

ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ନିରାକରଣ ସଂପର୍କିତ ସଚେତନତା ସଭା

କୋରାପୁଟ ୨୮-୧୨(ଓଡିଆ ପୁଅ/ରଂଜନ ଦାସ)ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ କେନ୍ଦ୍ର ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ନିରାକରଣ ସଂପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।କୋରାପୁଟ ଜିଲ୍ଲା ଶ୍ରମ ଅଧିକାରୀ ପ୍ରସନ୍ନ କୁମାର ପାଣିଗ୍ରାହୀଙ୍କ ପରିଚାଳନାରେ ଆୟୋଜିତ ସଭାରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ।ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାଜର୍ଶି ଦାସ, ଶିଶୁ ମଙ୍ଗଳ କମିଟିର ଭାରପ୍ରାପ୍ତ ଅଧ୍ୟକ୍ଷ ପି.କେ. ବିଡିକା, ଚାଇଲଡଲାଇନର ସଦସ୍ୟା ବିଦୁସ୍ମିତା ବାଙ୍କା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ।ଏହି ସଭାରେ ଟ୍ରେଡ ୟୁନିଅନ, କାଜୁ ମିଲ ଓ ହୋଟେଲ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।କୋରାପୁଟ ଜିଲ୍ଲାରେ ଉଦ୍ଧାର କରାଯାଇଥିବା ଶିଶୁ ଶ୍ରମିକମାନଙ୍କୁ ପ୍ରଶାସନ ଦ୍ବାରା ସହାୟତା ପ୍ରଦାନ କରାଯାଇଥିବା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାଜର୍ଶି ଦାସ ସୂଚନା ଦେଇଛନ୍ତି।କୋରାପୁଟ ଜିଲ୍ଲାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଚାଇଲ୍ଡ ଲାଇନ, ଶିଶୁ ମଙ୍ଗଳ କମିଟିଓ ସ୍ଥାନୀୟ ପୋଲିସକୁ ନେଇ କମିଟି ଗଠନ କରାଯାଇଛି ।ଏହି କମିଟି ଦ୍ବାରା ଶିଶୁ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଉଥିବା ଜିଲ୍ଲା ଶ୍ରମ ଅଧିକାରୀ ପ୍ରସନ୍ନ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି।କାର୍ଯ୍ୟକ୍ରମରେ କୋରାପୁଟ ଏଏଲଓ ପଦ୍ମ ଚରଣ ପଣ୍ଡା ଓ ଏନସିଏଲପି ପ୍ରୋଗ୍ରାମ ମ୍ୟାନେଜର ବିନାୟକ ସାମନ୍ତରାୟ ଯୋଗଦେଇ ପରିଚାଳନାରେ ସହଯୋଗ କରିଥିଲେ।