Home ଜିଲ୍ଲା ପରିକ୍ରମା ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି ବୈଠକ

ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି ବୈଠକ

38

ଭଦ୍ରକ, ୬ା୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ୭୪ ତମ ସାଧାରଣତନ୍ତ୍ର ଦିବସକୁ ଭଦ୍ରକ ଜିଲ୍ଲା ସ୍ତରରେ ପାଳନ କରାଯିବା ଉପଲକ୍ଷେ ଆଜି ଜିଲ୍ଲା ସଂସ୍କୃତି ଭବନରେ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶାନ୍ତନୁ କୁମାର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ରାମଦାସ ଟୁଡ଼ୁ, ଉପଜିଲ୍ଲାପାଳ ମନୋଜ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ । କୋଭିଡ଼୍ କଟକଣା ପରେ ପ୍ରଥମ ଥର ପାଇଁ ଜନସମାବେଶ ମଧ୍ୟରେ ସାଧାରଣତନ୍ତ୍ର ଦିବସ ପାଳନ କରାଯିବା ନେଇ ବିଭିନ୍ନ କାର୍ଯ୍ୟକ୍ରମ ତଥା ଜାନୁୟାରୀ ୨୫ ରୁ ୨୯ ମଧ୍ୟରେ ନେହେରୁ ଷ୍ଟାଡ଼ିୟମ୍‌ରେ ଜିଲ୍ଲା ମହୋତ୍ସବ ଭଦ୍ରାୟଣୀ ସହ ପଲ୍ଲୀଶ୍ରୀ ମେଳା ଆୟୋଜନ କରାଯିବା ସମ୍ବନ୍ଧରେ ଜିଲ୍ଲାପାଳ ସୂଚନା ପ୍ରଦାନ କଲାପରେ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ପୁଙ୍ଖାନୁପୁଙ୍ଖ ଆଲୋଚନା ପରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ସୂଚନା ଲୋକସମ୍ପର୍କ ବିଭାଗ ଦ୍ୱାରା ରାମଧୂନ ପରିକ୍ରମା, ପୌରାଞ୍ଚଳରେ ଥିବା ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ସ୍କୁଲ ପିଲାଙ୍କ ଦ୍ୱାରା ପ୍ରଭାତଫେରୀ, ସକାଳ ୮.୩୦ ମିରେ ଜାତୀୟ ପତାକା ଉତ୍ତୋଳନ ପରେ ପ୍ୟାରେଡ଼୍‌, ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ରକ୍ତଦାନ ଶିବିର ଓ ରୋଗୀମାନଙ୍କୁ ଫଳ ବଣ୍ଟନ, ସଂସ୍କୃତି ଭବନଠାରେ ଚିତ୍ରକଳା ପ୍ରଦର୍ଶନୀ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରବେଶ ପଥ ନିକଟରେ ପୁଷ୍ପ ପ୍ରଦର୍ଶନୀ, ଭିନ୍ନକ୍ଷମ ମାନଙ୍କୁ ଫଳ ବଣ୍ଟନ, କୁଷ୍ଠ କଲୋନୀର ଅନ୍ତେବାସୀଙ୍କୁ ମଧ୍ୟାହ୍ନ ଭୋଜନ ପ୍ରଦାନ ଆଦି କାର୍ଯ୍ୟକ୍ରମ ଆୟୋଜନ ସମ୍ବନ୍ଧରେ ଆଲୋଚନା ମତେ ସ୍ଥିର କରାଯାଇ ସମ୍ପୃକ୍ତ ବିଭାଗ ଓ ଅନୁଷ୍ଠାନ ମାନଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଥିଲା ।

ସ୍କୁଲ ପିଲାମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ପ୍ରବନ୍ଧ, ବକ୍ତୃତା, ଦେଶାତ୍ମବୋଧକ ସଙ୍ଗୀତ, କୁଇଜ୍ ଆଦି ପ୍ରତିଯୋଗିତା ଆୟୋଜନ ନେଇ ଦିନ, ସମୟ ଆଜି ସ୍ଥିର କରାଯାଇଥିଲା । ସୂଚନା ଯୋଗ୍ୟକି ନେହେରୁ ଷ୍ଟାଡ଼ିୟମ୍‌ରେ ଜିଲ୍ଲା ମହୋତ୍ସବ ଭଦ୍ରାୟଣୀ ଆୟୋଜିତ ହେବାକୁ ଥିବାରୁ ସାଧାରଣତନ୍ତ୍ର ଦିବସ ଭଦ୍ରକ କଲେଜ ଖେଳ ପଡ଼ିଆରେ ଅନୁଷ୍ଠିତ ହେବା ପାଇଁ ବୈଠକରେ ସ୍ଥିର କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମହାନ୍ତି ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ସ୍ଥିରିକୃତ ସମସ୍ତ କାର୍ଯ୍ୟକ୍ରମ ନିମନ୍ତେ ସମସ୍ତଙ୍କ ସହଯୋଗ କାମନା କରିବା ସହିତ ଆଗାମୀ ୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ହକିକପ୍ ସ୍ୱାଗତ ଉତ୍ସବ ରେ ସମସ୍ତେ ସାମିଲ ହେବାକୁ ନିମନ୍ତ୍ରଣ ଜଣାଇଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରମେଶ ଚନ୍ଦ୍ର ନାୟକଙ୍କ ସଂଯୋଜନାରେ ଆୟୋଜିତ ଏହି ବୈଠକରେ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଉତ୍ସବ ପାଳନ କମିଟିର ସଦସ୍ୟ ଭାବେ ବିଭିନ୍ନ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ, ପ୍ରଧାନ ଶିକ୍ଷକ, ଶିକ୍ଷକ ଶିକ୍ଷୟିତ୍ରୀ, ସଂପୃକ୍ତ ବିଭାଗୀୟ ପ୍ରଶାସନିକ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି, ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ବୁଦ୍ଧିଜୀବି ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରି ମତାମତ ରଖିଥିଲେ । ଶେଷରେ ଜିଲ୍ଲା ପ୍ରଶାସନ ତରଫରୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଟୁଡ଼ୁ ବୈଠକକୁ ଧନ୍ୟବାଦ ଅର୍ପଣ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.