Home ଜିଲ୍ଲା ପରିକ୍ରମା ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଜିଲ୍ଲା ଆଇନ୍‌ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

2

ଭଦ୍ରକ, ୨୯ା୪ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଓଡ଼ିଶା ରାଜ୍ୟ ଆଇନ୍ ସେବା ପ୍ରାଧିକରଣ, କଟକଙ୍କ ପ୍ରଦତତ୍ତ କାର୍ଯକ୍ରମ ଅନୁସାରେ ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ଅଧ୍ୟକ୍ଷ ଲଲାଟେନ୍ଦୁ ଜେନାଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ, ଭଦ୍ରକଙ୍କ ଦ୍ୱାରା ଶାନ୍ତି ଆଶ୍ରମ, ତିହିଡ଼ି, ଭଦ୍ରକ ଠାରେ ମହିଳା ମାନଙ୍କ ପାଇଁ ଥିବା ଯୌନ ଉତ୍ପୀଡ଼ନ ଆଇନ ଏବଂ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତିଙ୍କ ନିମନ୍ତେ ଥିବା ଯୋଜନା ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ପୁଣ୍ୟଶ୍ଲୋକ ରଥ, ଜିଲ୍ଲା ଆଇନ ସେବା ପ୍ରାଧିକରଣର ଏଏଲ୍‌ଡିଏସ୍ ସହାୟକ, ଡ. ତାପସ କୁମାର ମହାନ୍ତି ତଥା ଆଶ୍ରମର ସମସ୍ତ ସଦସ୍ୟ ଏବଂ ଛାତ୍ର ଛାତ୍ରୀ ମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣର କର୍ମୀ ଗଣ ଏହି ସଚେତନତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.