Home ଜିଲ୍ଲା ପରିକ୍ରମା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ ଆଇନ୍ ସ୍ୱାକ୍ଷରତା କାର୍ଯ୍ୟକ୍ରମ

ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ ଆଇନ୍ ସ୍ୱାକ୍ଷରତା କାର୍ଯ୍ୟକ୍ରମ

6

ଭଦ୍ରକ, ୧୦ା୪ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ମହିଳା ମହାବିଦ୍ୟାଳୟରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆଇନ ସାକ୍ଷରତା ଶିବିର ଭଦ୍ରକ ଜିଲ୍ଲା ଓ ଦୈାରାଜଜ୍ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ସଂଗ୍ରାମ କେଶରୀ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣର ସଚିବ ନେହା ଅଗ୍ରୱାଲ ଏହି ଆଇନ ସାକ୍ଷରତା କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ମହିଳାମାନଙ୍କୁ ଯୌନ ଶୋଷଣରୁ ସୁରକ୍ଷା ଦେବାପାଇଁ ଉପଲବ୍ଧ ଆଇନଗତ ବ୍ୟବସ୍ଥା ଓ ତାହାର କାର୍ଯ୍ୟକାରିତା ସମ୍ପର୍କରେ ବିସ୍ତୃତ ଭାବରେ ସୂଚନା ଉପସ୍ଥାପନ କରାଯାଇଥିଲା । କାର୍ଯ୍ୟକ୍ରମରେ ଡ. ତାପସ କୁମାର ମହାନ୍ତି, ଆଇନସେବା ପ୍ରତିପକ୍ଷ ଅଧିବକ୍ତା, ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ସ୍ୱପ୍ରିତୀକର ଓ ଅଧ୍ୟାପିକା ପୁଷ୍ପଲତା ଧଳ ପ୍ରମୁଖ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ମାଧ୍ୟମରେ ବିଶେଷକରି ସୁପ୍ରିମ କୋର୍ଟର ଜଜମେଣ୍ଟ ସବୁ ଆଲୋଚନା କରାଯାଇଥିଲା ଓ ଉପସ୍ଥିତ ଥିବା ସମସ୍ତ ମହିଳା କର୍ମଚାରୀ ଓ ଛାତ୍ରୀମାନଙ୍କୁ ସଚେତନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଆଇନ୍‌ସେବା ପ୍ରାଧିକରଣର ସମସ୍ତ କର୍ମଚାରୀ ଓ ମହିଳା ମହାବିଦ୍ୟାଳୟର ଏନ୍‌.ସି.ସି. କେଡ଼େଟ୍ ଛାତ୍ର କର୍ମଚାରୀ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.