Home ଓଡ଼ିଶା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ୨୯ ନଂ ଜୋନର ସ୍ବପ୍ନାରାଣୀ ସ୍ବାଇଁ ନିର୍ବାଚିତ

ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ୨୯ ନଂ ଜୋନର ସ୍ବପ୍ନାରାଣୀ ସ୍ବାଇଁ ନିର୍ବାଚିତ

43

ପୁରୀ ୧୩-୩ (ଓଡ଼ିଆ ପୁଅ) ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ୨୯ ନଂ ଜୋନର ସ୍ବପ୍ନାରାଣୀ ସ୍ବାଇଁ ନିର୍ବାଚିତ ହୋଇଛନ୍ତି। ସେ ବିଜୁ ଜନତା ଦଳ ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ତାଙ୍କ ସପକ୍ଷରେ ୩୦ ଜଣ ମତଦାନ କରିଥିଲେ। ତାଙ୍କ ବିପକ୍ଷରେ ୩୨ ନଂ ଜୋନର ଭାରତୀୟ ଜନତା ପାର୍ଟିର ପ୍ରାର୍ଥିନୀ ଶ୍ରୀମତୀ ବିଷ୍ଣୁପ୍ରିୟା ବରାଳ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ସେ ତିନି ଖଣ୍ତ ଭୋଟ ପାଇଥିଲେ। ଆଜି ସକାଳ ସାଢେ ୧୦ ଘଟିକା ସମୟରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା ନବ ନିର୍ବାଚିତ ଜିଲ୍ଲା ପରିଷଦ ସଦସ୍ୟା ସଦସ୍ୟମାନଙ୍କୁ ଶପଥ ପାଠ କରାଇଥିଲେ। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା ନିର୍ବାଚନ ପରିଚାଳନା କରିଥିଲେ। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଚିନ୍ମୟ କୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.