Home ଓଡ଼ିଶା ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟର କର୍ମଚାରୀମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୭୯ହଜାର ଟଙ୍କା ପ୍ରଦାନ

ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟର କର୍ମଚାରୀମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୭୯ହଜାର ଟଙ୍କା ପ୍ରଦାନ

834

ପୁରୀ, ୧୭/୪ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) -କରୋନା ମୁକାବିଲା ନିମନ୍ତେ ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟର କର୍ମଚାରୀମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୭୯ହଜାର ଟଙ୍କା ପ୍ରଦାନ କରିଛନ୍ତି। ଉକ୍ତ କାର୍ଯ୍ୟାଳୟର କର୍ମଚାରୀ ଏବଂ ଆଶ୍ରମ ସ୍କୁଲର କର୍ମଚାରୀ ପ୍ରମୁଖ ଉକ୍ତ ଅର୍ଥ ଆଦାୟ କରି ଏକ ଚେକ୍ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁଙ୍କୁ ପ୍ରଦାନ କରିଛନ୍ତି। ଏହି ଅବସରରେ ଜିଲ୍ଲା ମଙ୍ଗଳ ଅଧିକାରୀ ଚନ୍ଦ୍ରକାନ୍ତ ମାଝି ଏବଂ ବିଭାଗୀୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏ ପର୍ଯ୍ୟନ୍ତ ୩୮ଟି ସଂସ୍ଥା ଏବଂ ବ୍ୟକ୍ତି ବିଶେଷ ଜିଲ୍ଲା ପ୍ରଶାସନ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୩ଲକ୍ଷ ୧୩ହଜାର ୪୨୪ଟଙ୍କା ପ୍ରଦାନ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.