Home କେନ୍ଦ୍ରାପଡ଼ା ଜିଲ୍ଲା ସ୍ତରୀୟ ଜାତୀୟ କୃମିନାଶକ ଦିବସ ଉଦଘାଟିତ

ଜିଲ୍ଲା ସ୍ତରୀୟ ଜାତୀୟ କୃମିନାଶକ ଦିବସ ଉଦଘାଟିତ

78

କେନ୍ଦ୍ରାପଡ଼ା ୧୦/୨ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) – ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୁଲ୍ୟରେ ମାର୍ଶାଘାଇ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ସଭାଗୃହରେ ସୋମବାର ଜିଲ୍ଲା ସ୍ତରୀୟ ଜାତୀୟ କୃମିନାଶକ ଦିବସକୁ ଜିଲ୍ଲାପାଳ ସମର୍ଥ ବର୍ମା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିବା ସହିତ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ଓ ସ୍ୱାସ୍ଥ୍ୟକର୍ମୀମାନେ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀମାନଙ୍କୁ ଯେପରି ସଠିକ ଭାବରେ କୃମିନାଶକ ବଟିକା ପ୍ରଦାନକରି ଏହି କାର୍ଯ୍ୟକ୍ରମକୁ ସଫଳ କରାନ୍ତି ସେଥିପ୍ରତି ଗୁରୁତ୍ୱାରୋପ କରିଥିଲେ।

ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ଉର୍ମିଳା ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ(ପରିବାର କଲ୍ୟାଣ)ଡା.ସଚି ମିଶ୍ର, ମାର୍ଶାଘାଇ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର, ମାର୍ଶାଘାଇ ବିଡିଓ, ମାର୍ଶାଘାଇ ବ୍ଲକ ଶିକ୍ଷା ଅଧିକାରୀ ଓ ଡିଏମଆରସିଏସ କୃଷ୍ଣ ଚନ୍ଦ୍ର ଲୋହା ପ୍ରମୁଖ ଉପସ୍ଥିତ ରହି କୃମିନାଶକ ଦିବସ ପାଳନ ସମ୍ପର୍କରେ ଆଲୋଚନା କରିଥିଲେ। ଆଜି ଠାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ୧ ରୁ ୧୯ବର୍ଷ ବୟସ ପର୍ଯ୍ୟନ୍ତ ଜିଲ୍ଲାର ୩ଲକ୍ଷ ୭୬ହଜାର ୪୬୯ଜଣ ବାଳକ ଓ ବାଳିକାମାନଙ୍କୁ ଆସନ୍ତା ୧୭ତାରିଖ ମଧ୍ୟରେ ଜିଲ୍ଲାର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନୱାଡି କେନ୍ଦ୍ର ମାନଙ୍କରେ କୃମିନାଶକ ବଟିକା ପ୍ରଦାନ କରାଯିବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.