Home ଜିଲ୍ଲା ପରିକ୍ରମା ଜୀବନବିନ୍ଦୁ ଓ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ରକ୍ତଦାନ ଶିବିର

ଜୀବନବିନ୍ଦୁ ଓ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ରକ୍ତଦାନ ଶିବିର

36

ଭଦ୍ରକ, ୧୬ା୮ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଆଜି ଭଦ୍ରକ ଜିଲା ବିଜୁ ଜନତା ଦଳ କାର୍ଯ୍ୟାଳୟରେ ବିଜୁ ମହିଳା ସଂଗଠନର ନେତୃତ୍ୱରେ ଜୀବନବିନ୍ଦୁ ଏବଂ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଏକ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଯୋଜନା ବୋର୍ଡର ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ଡ. ବ୍ୟୋମକେଶ ରାୟ, ସାଂସଦ ମଂଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଭଣ୍ଡାରିପୋଖରୀ ବିଧାୟକଙ୍କ ପ୍ରତିନିଧି ତଥା ରାଜ୍ୟ ସଂପାଦକ ଇଂ ପ୍ରୟାସକାନ୍ତି ସାମଲ, ଜିଲା ସଭାପତି ଜଗନ୍ନାଥ ସ୍ୱାଇଁ, ଜିଲା ମହିଳା ସଭାନେତ୍ରୀ ବିଦ୍ୟୁତ୍‌ଲତା ନାୟକ, ଯୁବ ସଭାପତି ମୁକୁନ୍ଦଦେବ ସାମଲ, ରାଜ୍ୟ ପରିଷଦ ସଦସ୍ୟା ସ୍ୱର୍ଣ୍ଣଲତା ନାୟକ ପ୍ରମୁଖ ଉପସ୍ଥିତ ରହି ସମସ୍ତ ମହିଳା ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.