Home କଳାହାଣ୍ଡି ଜୁନାଗଡ଼ ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ଜୁନାଗଡ଼ ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

263

କଳାହାଣ୍ଡି – ୦୯.୦୬.୨୦୨୦ (ଓଡିଆପୁଅ) କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆଜି ଜୁନାଗଡ଼ ଅଗ୍ରସେନ ଭବନ ଠାରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତ ଦାନ ଶିବିରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ, ଜୁନାଗଡ଼ ଥାନା ଅଧିକାରୀ ଉତ୍ତମ କୁମାର ସାହୁ, ଥାନା କର୍ମଚାରୀ, ମାରୱାଡ଼ି ମହିଳା ସମ୍ମେଳନ, ଜୁନାଗଡ଼ ଶାଖା ଏବଂ ଜୁନାଗଡ଼ ଲେବର ୟୁନିୟନର ସ୍ଵେଚ୍ଛାସେବୀ ପ୍ରମୁଖ ଉପସ୍ଥିତ ଥିଲେ ଓ ଶିବିରରେ COVID-19 କଟକଣା ଦୃଷ୍ଟିରୁ ସାମାଜିକ ଦୂରତା ବଜାୟ ରଖାଯାଇ ଥିଲା।
ଏହି ରକ୍ତଦାନ ଶିବିରରେ ୫୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ଏହି ଶିବିରରେ ମାରୱାଡ଼ି ମହିଳା ସମ୍ମେଳନ, ଜୁନାଗଡ଼ ଶାଖାର ଅଧ୍ୟକ୍ଷା କାଞ୍ଚନ ଅଗ୍ରୱାଲ, ସମ୍ପାଦିକା କମଲ୍ ଅଗ୍ରୱାଲ, ଶ୍ରମିକ ନେତା ଧରଣୀ ଭୋଇ, ସମାଜସେବୀ ମହେଶ ସାହୁ ସମେତ ଭବାନୀପାଟଣା ରକ୍ତ ଭଣ୍ଡାର କର୍ମଚାରୀ ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ । ଏହି ଶିବିରରେ ଉପରୋକ୍ତ ସଂଗଠନର ସ୍ଵେଚ୍ଛାସେବୀ ତଥା ସ୍ଥାନୀୟ ବାସିନ୍ଦା ମାନେ ଯୋଗଦେଇ ରକ୍ତଦାନ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.