Home ଜିଲ୍ଲା ପରିକ୍ରମା ଜୟପୁର ଶିଶୁ ମନ୍ଦିରରେ ଜ୍ଞାନବିଜ୍ଞାନ ମେଳା

ଜୟପୁର ଶିଶୁ ମନ୍ଦିରରେ ଜ୍ଞାନବିଜ୍ଞାନ ମେଳା

14

ଭଦ୍ରକ, ୨ା୮ (ଓଡିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲା ତିହିଡ଼ି ବ୍ଲକ କୁବେରା ପଂଚାୟତ ଅଧୀନ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଶନିବାର ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗୋବର୍ଦ୍ଧନ ସାମଲଙ୍କ ଅଧ୍ୟକ୍ଷତାରେ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ପରିଚାଳନା କମିଟି ସମ୍ପାଦକ ତଥା ଅବସରପ୍ରପ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ପଣ୍ଡିତ ମୃତ୍ୟୁଞ୍ଜୟ ନାରାୟଣ ପଣ୍ଡା ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ଅବସରରେ କହିଥିଲେ ଯେ, ଜ୍ଞାନ ବିଜ୍ଞାନ ମେଳା ମାଧ୍ୟମରେ ଶିଶୁ ମାନଙ୍କର ମାନସିକ ଓ ବୌଦ୍ଧିକ ଶକ୍ତିର ବିକାଶ ହୋଇଥାଏ। ସମ୍ମାନିତ ଅତିଥି ଭାବେ କମିଟିର ଉପଦେଷ୍ଟା ତଥା ଅବସରପ୍ରାପ୍ତ ଶିକ୍ଷକ ଭରତ ଚରଣ ବାରିକ ଯୋଗ ଦେଇ ପିଲାମାନଙ୍କୁ ମାର୍ଗ ଦର୍ଶନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଗଣେଶ ପ୍ରସାଦ ରାଉତ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଜ୍ଞାନ ବିଜ୍ଞାନ ମେଳାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ବିଜ୍ଞାନ ପ୍ରମୁଖ ରଶ୍ମିତା ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଗୁରୁମା ପୂର୍ଣ୍ଣିମା ଖଟୁଆ, ପ୍ରତିଭାରାଣୀ ସାହୁ, ସେବତୀ ତ୍ରିପାଠୀ, ରଶ୍ମିତା ସାହୁ ଓ ଗୁରୁଜୀ ଦୀପ୍ତିକାନ୍ତ ଜେନା ପ୍ରମୁଖ ସହଯୋଗ କରିଥିଲେ। ଜ୍ଞାନ ବିଜ୍ଞାନ ମେଳାରେ ୩୦ଟି ପ୍ରକଳ୍ପ ପ୍ରଦର୍ଶିତ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.