Home ଜିଲ୍ଲା ପରିକ୍ରମା ଟାଉନ ଥାନା ପୁଲିସ ଏକ ୭ଜଣିଆ ଡକାୟତି ଗ୍ୟାଙ୍ଗକୁ ଗିରଫ କରିଛନ୍ତି

ଟାଉନ ଥାନା ପୁଲିସ ଏକ ୭ଜଣିଆ ଡକାୟତି ଗ୍ୟାଙ୍ଗକୁ ଗିରଫ କରିଛନ୍ତି

30

ପୁରୀ ୫/୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) : ପୁରୀ ଟାଉନ ଥାନା ପୁଲିସ ଦ୍ୱାରା ୭ଜଣିଆ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବା ସହ ସେମାନଙ୍କ ଠାରୁ ଏକ ଲୁହା ରଡ଼ ଜବତ କରାଯାଇଛି। ଶ୍ରୀଜଗନ୍ନାଥ ବଲ୍ଲଭ ମଠରେ ଏକତ୍ର ବସି ଡକାୟତି ଯୋଜନା କରୁଥିବା ବିଶ୍ୱସ୍ତ ସୂତ୍ରରୁ ଖବରପାଇ ଟାଉନ ଥାନା ଆଇଆଇସିଙ୍କ ନେତୃତ୍ୱରେ ପୁଲିସ ଟିମ୍ ଚଢ଼ାଉ କରି ସେମାନଙ୍କୁ ଗିରଫ କରିଥିଲେ। ଏ ନେଇ ଟାଉନ ଥାନାରେ ୨୨୨/୨୦ରେ ଆଇପିସିର ଦଫା ୩୯୯, ୪୦୨, ୨୫ ଓ ଅସ୍ତ୍ରଶସ୍ତ୍ର ଆଇନ ଅନୁଯାୟୀ ସେମାନଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.