କୋରାପୁଟ ୦୩-୦୭-୧୯(ଓଡିଆ ପୁଅ/ରଂଜନ କୁମାର ଦାସ) କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଡାକ୍ତର ଦିବସ ପାଳନ ଅବସରରେ ଅରଣ୍ୟକ-୨୦୧୯ ମାଧ୍ୟମରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କଲେଜ ଅଧ୍ୟକ୍ଷ ତଥା ଡିନ ପ୍ରଫେସର କୃଷ୍ଣ ଚନ୍ଦ୍ର ବିଶ୍ୱାଳଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ କୋରାପୁଟ ବିଧାୟକ ରଘୁରାମ ପଡାଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡାକ୍ତର ଦିବସର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିବା ସହ ଡାକ୍ତରୀ ଛାତ୍ରଛାତ୍ରୀ ଅଧ୍ୟୟନ ଶେଷ ପରେ ସେମାନଙ୍କ ପେଷାକୁ ସେବା ଭାବେ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ହସପିଟାଲ ଅଧିକ୍ଷକ ଡାକ୍ତର ହରେକୃଷ୍ଣ ଦଳେଇ, କୋରାପୁଟ ପୌର ପରିଷଦର ପୂର୍ବତନ ଅଧ୍ୟକ୍ଷ ଭଗବାନ ବାହିନୀପତିଙ୍କ ସମେତ ମେଡିକାଲ କଲେଜର ସମସ୍ତ ପ୍ରଫେସର, ସହକାରୀପ୍ରଫେସର ଓ ଛାତ୍ରଚାତ୍ରୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।








