Home Top News ତଦନ୍ତ ପ୍ରକ୍ରିୟାକୁ ବିଭ୍ରାନ୍ତ କରିବାର ଷଡଯନ୍ତ୍ର କରୁଥିବାରୁ ମନ୍ତ୍ରୀ ଦିବ୍ୟସିଂହ ମିଶ୍ରଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରନ୍ତୁ...

ତଦନ୍ତ ପ୍ରକ୍ରିୟାକୁ ବିଭ୍ରାନ୍ତ କରିବାର ଷଡଯନ୍ତ୍ର କରୁଥିବାରୁ ମନ୍ତ୍ରୀ ଦିବ୍ୟସିଂହ ମିଶ୍ରଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରନ୍ତୁ ମୁଖ୍ୟମନ୍ତ୍ରୀ : ବସନ୍ତ ପଣ୍ଡା

57

ମମିତା ମେହେର ନିଖୋଜ ଘଟଣାରେ ଅଭିଯୁକ୍ତ ଗୋବିନ୍ଦ ସାହୁ ଥାନାରୁ ଖସିଯିବା ପ୍ରସଙ୍ଗରେ
ଭୁବନେଶ୍ୱର ୧୮/୧୦ (ଓଡ଼ିଆ ପୁଅ) : କଳାହାଣ୍ଡି ଜିଲ୍ଲା ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାକୁ ୩ଟି ଜିଲ୍ଲା ପୋଲିସ ତଦନ୍ତ କରି ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଗିରଫ କରିଥିଲେ। ଗିରଫ ହୋଇ ହାଜତରେ ଥିବାବେଳେ ସେଠାରୁ ଖସିଯିବା ସମସ୍ତଙ୍କୁ ଆଚମ୍ବିତ କରିବା ସହ ସାଧାରଣରେ ବହୁ ସନ୍ଦେହ ସୃଷ୍ଟି କରିଛି। ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟସିଂହ ମିଶ୍ରଙ୍କ ସହ ଶ୍ରୀ ସାହୁଙ୍କ ଅତ୍ୟନ୍ତ ଉତମ ସଂପର୍କ ଥିବାର ମଧ୍ୟ ସ୍ପଷ୍ଟ ହୋଇଛି। ଏହି କଥାକୁ ଖୋଦ୍ ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମିଶ୍ର ସ୍ୱୀକାର ମଧ୍ୟ କରିଛନ୍ତି। ଅଭିଯୁକ୍ତ ଶ୍ରୀ ସାହୁ ଥାନାରୁ ଖସିଯାଇ ସମସ୍ତ ତଥ୍ୟ ପ୍ରମାଣ ନଷ୍ଟ କରିଦେବାର ସମ୍ଭାବନା ରହିଛି ଏବଂ ଏଥିରେ ମନ୍ତ୍ରୀ ଶ୍ରୀ ମିଶ୍ରଙ୍କ ପ୍ରତ୍ୟକ୍ଷ ସଂପୃକ୍ତି ରହିଥିବାର ଚର୍ଚ୍ଚା ହେଉଛି। ‘ମାଁ କୁ ସମ୍ମାନ’ର ନାରା ଦେଉଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରି ନିଖୋଜ ଥିବା ମମିତା ମେହେରଙ୍କୁ ଉଦ୍ଧାର କରି ପରିବାରକୁ ହସ୍ତାନ୍ତର କରିବାକୁ ବିଜେପି ସାଂସଦ ଶ୍ରୀ ବସନ୍ତ ପଣ୍ଡା ଦାବି କରିଛନ୍ତି।

କ୍ଷମତାର ଅପବ୍ୟବହାର କରି ତଦନ୍ତ ପ୍ରକ୍ରିୟାକୁ ବିଭ୍ରାନ୍ତ କରିବାର ଷଡଯନ୍ତ୍ର କରୁଥିବାରୁ ଗୃହ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ସର୍ବପ୍ରଥମେ ତାଙ୍କ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରନ୍ତୁ। ସମସ୍ତ ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଉପଯୁକ୍ତ ଦଣ୍ଡ ପ୍ରଦାନ କରାଯାଉ। ଏହା ହେଲେ ଯାଇ ପ୍ରକୃତ ସତ୍ୟ ସାମ୍ନାକୁ ଆସିପାରିବ ବୋଲି ଶ୍ରୀ ପଣ୍ଡା କହିଛନ୍ତି।

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର, ଡ.ଲେଖାଶ୍ରୀ ସାମନ୍ତସିଂହାର ଏବଂ ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.