Home ଜିଲ୍ଲା ପରିକ୍ରମା ତିଖିଲିଆରେ ଗୋଷ୍ଠୀ ସଂଘର୍ଷ

ତିଖିଲିଆରେ ଗୋଷ୍ଠୀ ସଂଘର୍ଷ

16

ଭଦ୍ରକ, ୧ା୯ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଷୋଳମପୁର ପଞ୍ଚାୟତ ତିଖିଲିଆ ଗ୍ରାମରେ ଶୁକ୍ରବାର ଗୋଷ୍ଠୀ ସଂଘର୍ଷ ହୋଇ ଜଣେ ଆହତ ହୋଇଥିବା ଜଣାଯାଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତ ଗୁରୁବାର ରାଜନୈତିକ ଭାବେ ୨ ଗୋଷ୍ଠୀରେ ବିଭକ୍ତ ହୋଇଥିବା ପରସ୍ପରକୁ ଆକ୍ରମଣ ଓ ପ୍ରତିଆକ୍ରମଣ କରିଥିଲେ । ଗୁରୁବାର ଉଭୟପକ୍ଷ ଥାନାରେ ଅଭିଯୋଗ କରିଥିଲେ । ମାତ୍ର ପୁଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିଲା । ଶୁକ୍ରବାର ସକାଳେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ଉଭୟ ପକ୍ଷ ପରସ୍ପର ଉପରେ ଆକ୍ରମଣ ଓ ପ୍ରତି ଆକ୍ରମଣ କରିଥିଲେ । ଏଥିରେ ଜଣେ ମହିଳା ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାଯାଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ôଚ ତଦନ୍ତ ଚଳାଇଛି । ରିପୋର୍ଟ ପ୍ରସ୍ତୁତ ପର୍ଯ୍ୟନ୍ତ ୨ ପକ୍ଷରୁ ହୋଇଥିବା ଅଭିଯୋଗ ଉପରେ ମାମଲା ଋଜୁ ହୋଇ ନାହିଁ କି କାହାରିକୁ ଗିରଫ କରାଯାଇନଥିବା ଜଣାଯାଇଛି । ଘଟଣାସ୍ଥଳରେ ପୁଲିସ ମୁତୟନ ଥିବା ଜଣାଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.