Home Top News ତିନିଦିନିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ : ଆଜି ଏନଆଇଟି ରାଉରକେଲାର ସମାବର୍ତ୍ତନ ସମାରୋହରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

ତିନିଦିନିଆ ଗସ୍ତରେ କେନ୍ଦ୍ରମନ୍ତ୍ରୀ : ଆଜି ଏନଆଇଟି ରାଉରକେଲାର ସମାବର୍ତ୍ତନ ସମାରୋହରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

73

– ରାଉରକେଲା ସହରରେ ହର୍ ଘର୍ ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗଦେବେ
– ଭାରତ ସରକାରଙ୍କ ତରଫରୁ ଆୟୋଜିତ ଆଜାଦୀ କା ଅମୃତ ମହୋତ୍ସବ ପ୍ରଦର୍ଶନୀର ଲୋକାର୍ପଣ କରିବେ
– ଚାମ୍ବର ଅଫ୍ କମର୍ସ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ
– ଅଗଷ୍ଟ ୧୪ରେ ଭୁବନେଶ୍ୱର ଠାରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ପରିପ୍ରେକ୍ଷୀରେ ରେଳ ବିଭାଗ ତରଫରୁ ଆୟୋଜିତ ପ୍ରଦର୍ଶନୀର ଉଦଘାଟନ କରିବେ
– ସନ୍ଧ୍ୟାରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ଅବସରରେ ନୀରବ ଶୋଭାଯାତ୍ରାରେ ଯୋଗଦେବେ

ଭୁବନେଶ୍ୱର, ଅଗଷ୍ଟ ୧୨ (ଓଡ଼ିଆ ପୁଅ) – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତିନିଦିନିଆ ଓଡ଼ିଶା ଗସ୍ତ ଅଭିମୁଖେ ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ଟ୍ରେନ୍ ଯୋଗେ ଭୁବନେଶ୍ୱର ରେଳ ଷ୍ଟେସନରୁ ରାଉରକେଲାକୁ ଯାତ୍ରା କରିଛନ୍ତି।

ଆସନ୍ତାକଲି ଶ୍ରୀ ପ୍ରଧାନ ରାଉରକେଲା ରେଳ ଷ୍ଟେସନ ଠାରେ ପ୍ରଥମେ ଭାରତ ସରକାରଙ୍କ ତରଫରୁ ଆୟୋଜିତ ହର୍ ଘର୍ ତ୍ରିରଙ୍ଗା ଏବଂ ଆଜାଦୀ କା ଅମୃତ ମହୋତ୍ସବ ପ୍ରଦର୍ଶନୀର ଲୋକାର୍ପଣ କରିବେ। ପରେ ରାଉରକେଲା ସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ(ଏନ୍‌ଆଇଟି)ର ୧୯ତମ ସମାବର୍ତ୍ତନ ସମାରୋହରେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବେ। ଏନଆଇଟି ରାଉରକେଲାରୁ ବାହାରିବା ପରେ ବିର୍ସା ମୁଣ୍ଡା ଛକରେ ଦଳ ପକ୍ଷରୁ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବେ। ଅପରାହ୍ଣରେ ଚାମ୍ବର ଭବନ ଠାରେ ରାଉରକେଲା ଚାମ୍ବର ଅଫ୍ କମର୍ସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ଯିବେ। ପରବର୍ତ୍ତୀ ପର୍ଯ୍ୟାୟରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସୁନ୍ଦରଗଡ଼ରେ ଅନୁଷ୍ଠିତ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେବା ପରେ ସନ୍ଧ୍ୟାରେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ଆସନ୍ତା ୧୪ ତାରିଖରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ପାଳନ ଅବସରରେ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ଏକ ପ୍ରଦର୍ଶନୀର ଉଦଘାଟନ କରିବେ। ସନ୍ଧ୍ୟାରେ ଭୁବନେଶ୍ୱରରେ ବିଭାଜନ ବିଭୀଷିକା ସ୍ମରଣ ଦିବସ ଅବସରରେ ନୀରବ ଶୋଭାଯାତ୍ରାରେ କେନ୍ଦ୍ରମନ୍ତ୍ରୀ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.