Home ଜିଲ୍ଲା ପରିକ୍ରମା ତିହିଡିରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

ତିହିଡିରେ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

3

ଭଦ୍ରକ, ୨୨ା୬ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଏହି ଜିଲାର ତିହିଡି ବ୍ଳକ ପଂଚାୟତ ସମିତି ସମ୍ମିଳନୀ କକ୍ଷ ପରିସରଠାରେ ଆଜି ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଶୁଣାଣିରେ ମୋଟ ୧୭୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଏଥିରୁ ୧୪୨ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୩୦ଟି ଗ୍ରାମୀଣ ସମସ୍ୟା ସମ୍ବନ୍ଧୀୟ ଓ ରେଡ କ୍ରଶ ଅଧିନସ୍ଥ ୫ଟି ଅଭିଯୋଗ ରହିଥିଲା। ଶୁଣାଣି ସମୟରେ ୩ ଟି ଅଭିଯୋଗର ସ୍ଥଳୀୟ ସମାଧାନ କରାଯାଇଥିବାବେଳେ ଜିଲ୍ଲା ରେଡକ୍ରସ ପାଣ୍ଠି ମାଧ୍ୟମରେ ୫ଜଣ ଅଭିଯୋଗକାରୀଙ୍କୁ ମୋଟ ୨୬,୦୦୦/- ଟଙ୍କା ମଞ୍ଜୁର କରାଯାଇଛି। ଏହି ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଡଃ ଦିଲ୍ଲୀପ ରାଉତରାୟ, ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ , ଉପ ଜିଲ୍ଲାପାଳ ସୌରଭ ଚକ୍ରବର୍ତୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରମୋଦ ପ୍ରହରାଜ , ତିହିଡି ବ୍ଲକ ଅଧ୍ୟକ୍ଷା ଅବନ୍ତୀ ଦାସ , ବ୍ଲକ ଉନ୍ନୟନ ଅଧିକାରୀ ନିରଞ୍ଜନ ବାରିକ, ତହସିଲଦାର ଶୁବାଶିଷ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.